ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଜିଲା ପ୍ରଶାସନକୁ ଅନେକ ଥର ଲିଖିତ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଶନିବାର ଗଁାରେ ସଭା କରି ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଭଏଁଷାଦାଦର ଗଁାର ଦାଦରପଡା, ବରପଦରପଡା, ସେମିଲିଆପଡା ଓ କେନ୍ଦୁପଡାରେ ୧୫୦ରୁ ଊର୍ଦ୍ଧ୍ୱ ପରିବାର ଥିବାବେଳେ ୭ ଶହରୁ ଅଧିକ ଲୋକ ବସବାସ କରୁଛନ୍ତି। ଲୋକଙ୍କ ସୁବିଧା ପାଇଁ ଗ୍ରାମରେ ୧୯୮୭ ମସିହାରେ ୧୧ ଏକର ୫୫ ଡେସିମିଲ ପରିମିତ ସ୍ଥାନରେ ଏକ ସର୍ବସାଧାରଣ ପୋଖରୀ ରାମେଶ୍ୱର ପ୍ରୋଜେକ୍ଟ କୁସୁମକଟା ନିର୍ମାଣ ହୋଇଥିଲା। ଏହି ପୋଖରୀ ପାଣିକୁ ୪ ପଡାର ଲୋକେ ଦୈନିକ ବ୍ୟବହାର କରୁଥିବାବେଳେ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁ ପାଣି ପିଇ ତୃଷା ମେଣ୍ଟାଉଥିଲେ ା ବର୍ତ୍ତମାନ ପୋଖରୀ ପାଣି ଶୁଖି ଯାଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଗ୍ରାମରେ ପାଇପ୍‌ ବିଛାଯିବାର ୩-୪ ବର୍ଷ ବିତିଯାଇଥିଲେ ମଧ୍ୟ ଜଳ ଯୋଗାଣ ହୋଇନାହିଁ। ଏପରିସ୍ଥଳେ ଲୋକେ ନଈନାଳରେ ବାଲିକୂଅ କରି ଦୂଷିତ ପାଣି ବ୍ୟବହାର କରୁଛନ୍ତି। ସେପଟେ ପୋଖରୀର କିଛି ଅଂଶକୁ ଗଁାର କେତେଜଣ ବ୍ୟକ୍ତି ପୋତି ଚାଷ କାର୍ଯ୍ୟରେ ବ୍ୟବହାର କରୁଛନ୍ତି ା ଗ୍ରାମବାସୀ ଅନେକଥର ସଭା କରି ମନାକଲା ପରେ ମଧ୍ୟ ସେମାନେ କର୍ଣ୍ଣପାତ କରୁନାହାନ୍ତି। ଏହାର ସମାଧାନ ପାଇଁ ଧରମବନ୍ଧା ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଏପରି କି ନୂଆପଡ଼ା ଜିଲାପାଳଙ୍କୁ ଲିଖିତ ଜଣାଇବା ସହ ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ୨ ଥର ଗ୍ରାମବାସୀ ଲିଖିତ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ପାଇନାହାନ୍ତି। ତେଣୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବାକୁ ଗ୍ରାମବାସୀ ସଭା କରି ନିଷ୍ପତ୍ତି ନେଇଛନ୍ତି। ଯେତେଦିନ ପର୍ଯ୍ୟନ୍ତ ଦାବି ପୂରଣ ନ ହୋଇଛି ଧାରଣା ଜାରି ରହିବ ବୋଲି କହିଛନ୍ତି ା ସଭାରେ ଭକ୍ତବନ୍ଧୁ ଧରୁଆ, ୱାର୍ଡ ସଭ୍ୟ ଭଗତ ମାଝି, ବିଭିଷଣ ମାଝି, ପଦୁମୁଖ ଶବର, ନରୋତ୍ତମ ରାଉତ, ନେହେରୁଲାଲ ଶବର, ମଙ୍ଗଳୁ ମାଝି, ରାମଲାଲ ରାଉତ, ବିଭିଷଣ ଶବର, ଲକ୍ଷ୍ମୀରାମ ମାଝି, ଦଶରଥ ମାଝି, ହରି ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri