Posted inଖେଳ

ବେଲାରୁଷ ଅଲିମ୍ପିଆନଙ୍କୁ ଭିଜା ମଞ୍ଜୁର କଲା ପୋଲାଣ୍ଡ

ଟୋକିଓ, ୩ା୮ (ଏପି):ପୋଲାଣ୍ଡ ସୋମବାର ବେଲାରୁଷର ଜଣେ ଅଲିମ୍ପିକ ସ୍ପ୍ରିଣ୍ଟର କ୍ରିଷ୍ଟିନା ସିମାନୋସକାୟାଙ୍କୁ ଭିଜା ମଞ୍ଜୁର କରିଛି। କ୍ରିଷ୍ଟିନା କହିଛନ୍ତି, ଟିମ୍‌ ଅଫିସିଆଲ ତାଙ୍କୁ ବାଧ୍ୟତାମୂଳକ ତାଙ୍କ ଦେଶକୁ ପଠାଇଦେବା ଲାଗି ଚେଷ୍ଟା କରିଥିଲୋ ନିଜ ଦେଶ ଫେରିଲେ ତାଙ୍କ ପ୍ରତି ବିପଦ ରହିଛି। ବେଲାରୁଷରେ ଏକଚ୍ଛତ୍ରବାଦ ଶାସନ ଚାଲିଛି। ନିକଟରେ ସରକାର ଜଣେ ଭିନ୍ନମତବାଦୀ ଜର୍ନାଲିଷ୍ଟକୁ ଗିରଫ କରିଛନ୍ତି। ସେ ଏକ ବିମାନକୁ ଅନ୍ୟତ୍ର ନେଇ ପଳାଇବାକୁ ଉଦ୍ୟମ କରୁଥିଲେ ବୋଲି ସରକାରଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ଏକ ସ୍ବେଚ୍ଛାସେବୀ ସଂଘର ସହାୟତାରେ କ୍ରିଷ୍ଟିନା ଓ୍ବାରସ ଯିବା ଲାଗି ବିମାନ ଟିକେଟ ପାଇଛନ୍ତି। ଟିମ୍‌ର ତ୍ରୁଟିପୂର୍ଣ୍ଣ ପରିଚାଳନା ପାଇଁ କ୍ରିଷ୍ଟିନା ଅଫିସିଆଲଙ୍କୁ କଡ଼ା ସମାଲୋଚନା କରିଥିଲେ। ଧାବିକା ଜଣକ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ କହିଥିଲେ, ସେ ୪x୪୦୦ ରିଲେ ଇଭେଣ୍ଟରେ କେବେ ଭାଗ ନେଇ ନ ଥିଲେ ମଧ୍ୟ ତାଙ୍କୁ ଏହି ଦଳରେ ସାମିଲ କରାଯାଇଛି। ତାଙ୍କର ଏହି ବକ୍ତବ୍ୟକୁ ନେଇ ବିବାଦ ଚାଲିଛି। ସରକାରଙ୍କ ଦ୍ୱାରା ପରିଚାଳିତ ଗଣମାଧ୍ୟମରେ ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଯେଉଁମାନେ ସରକାରୀ କାର୍ଯ୍ୟର ସମାଲୋଚନା କରୁଛନ୍ତି ଅବା ଦୋଷ ଦୁର୍ବଳତା ପ୍ରକାଶ କରୁଛନ୍ତି କର୍ତ୍ତୃପକ୍ଷ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଧାବିକା ଜଣଙ୍କୁ ଯେତେବେଳେ ବଳପୂର୍ବକ ବିମାନବନ୍ଦରକୁ ନିଆଗଲା ଏବଂ ଇସ୍ତାନବୁଲ ଯିବା ଲାଗି କୁହାଗଲା ସେ ରୋକ୍‌ଠୋକ୍‌ ମନା କରିବା ସହ ସ୍ଥାନୀୟ ପୋଲିସର ସହାୟତା ମାଗିଥିଲେ। ସେ ଆହୁରି ମଧ୍ୟ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri