ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏଥିରେ ନବରଙ୍ଗପୁର ଜିଲା ନନ୍ଦିଘୋଷ ପ୍ରତିନିଧି ଅଜିତ ନାଏକଙ୍କ କାର୍‌ ପୋଲ ତଳକୁ ଖସିପଡିଛି। ଫଳରେ ତାଙ୍କ ଝିଅର ମୁଣ୍ଡରେ ଆଘାତ ଲାଗିଥିବା ବେଳେ ପୁଅଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ଅନ୍ୟ କାର୍‌ରେ ଥିବା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ମିଳିପାରି ନାହିଁ । ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ୪୪ ନମ୍ବର ରାଜ୍ୟ ରାଜପଥରେ ଏହି ଅଘଟଣ ଘଟିଛି।

ଅନ୍ୟଦିନ ଭଳି ରବିବାର ଅପରାହ୍ନରେ ବ୍ରିଜ୍‌ ଉପରେ ଯାନବାହନ ଓ ଲୋକେ ଯିବା ଆସିବା କରୁଥିଲେ। ହେଲେ ହଠାତ୍‌ ବ୍ରିଜ୍‌ଟି ଭୁଶୁଡି ପଡିଥିଲା। ସେତିକିବେଳେ ବ୍ରିଜ୍‌ ଉପରେ ଯାଉଥିବା ୨ଟି କାର୍‌ ମଧ୍ୟ ତଳକୁ ଖସି ପଡିଥିଲା। ୨ଟି କାର୍‌ରେ ୫ଜଣ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri