ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏଥିରେ ନବରଙ୍ଗପୁର ଜିଲା ନନ୍ଦିଘୋଷ ପ୍ରତିନିଧି ଅଜିତ ନାଏକଙ୍କ କାର୍‌ ପୋଲ ତଳକୁ ଖସିପଡିଛି। ଫଳରେ ତାଙ୍କ ଝିଅର ମୁଣ୍ଡରେ ଆଘାତ ଲାଗିଥିବା ବେଳେ ପୁଅଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ଅନ୍ୟ କାର୍‌ରେ ଥିବା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ମିଳିପାରି ନାହିଁ । ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ୪୪ ନମ୍ବର ରାଜ୍ୟ ରାଜପଥରେ ଏହି ଅଘଟଣ ଘଟିଛି।

ଅନ୍ୟଦିନ ଭଳି ରବିବାର ଅପରାହ୍ନରେ ବ୍ରିଜ୍‌ ଉପରେ ଯାନବାହନ ଓ ଲୋକେ ଯିବା ଆସିବା କରୁଥିଲେ। ହେଲେ ହଠାତ୍‌ ବ୍ରିଜ୍‌ଟି ଭୁଶୁଡି ପଡିଥିଲା। ସେତିକିବେଳେ ବ୍ରିଜ୍‌ ଉପରେ ଯାଉଥିବା ୨ଟି କାର୍‌ ମଧ୍ୟ ତଳକୁ ଖସି ପଡିଥିଲା। ୨ଟି କାର୍‌ରେ ୫ଜଣ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?