ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ ସନ୍ଧ୍ୟାରେ ସେହି ଫଳକକୁ ନେଇ ପଞ୍ଚାୟତର ଅନ୍ୟ ଏକ ସ୍ଥାନରେ ଫିତା କାଟି ଶିଳାନ୍ୟାସ କରିଛନ୍ତି ପଞ୍ଚାୟତବାସୀ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ବାଲିଆପାଳ ବ୍ଲକ ଅଧୀନ ବୋଳଂ ପଞ୍ଚାୟତ ଦେଇଯାଇଥିବା ଓଡ଼ିଶା କୋଷ୍ଟ କେନାଲ ଉପରେ ଏକ ପାଦଚଲା ପୋଲ ନିର୍ମାଣ ପାଇଁ ଦୀର୍ଘବର୍ଷ ଧରି ଅଞ୍ଚଳବାସୀ ଦାବି କରି ଆସୁଥିଲେ। ସେମାନଙ୍କର ଚାଷଜମିକୁ ଯିବା ପାଇଁ କୋଷ୍ଟ କେନାଲ ପ୍ରତିବନ୍ଧକ ସାଜୁଥିବା ବେଳେ ଅଞ୍ଚଳବାସୀ ଯାତାୟାତ ପାଇଁ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ବାଉଁଶ ପୋଲରେ ବିପଦପୂର୍ଣ୍ଣ ଭାବେ ଗ୍ରାମବାସୀ ଦୀର୍ଘବର୍ଷ ଧରି ଯିବାଆସିବା କରୁଥିଲେ। ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ଓଡ଼ିଶା କୋଷ୍ଟକେନାଲ ଉପରେ ଜଳସମ୍ପଦ ବିଭାଗ ପକ୍ଷରୁ ୪୩ଲକ୍ଷ ୮୦ହଜାର ୪୬୪ ଟଙ୍କା ବ୍ୟୟ ଅଟକଳରେ ଏକ ପାଦ ଚଲା ପୋଲ ନିର୍ମାଣ ପାଇଁ ସୋମବାର ସକାଳେ ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ଏବଂ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ମହେଶ୍ୱର ସିଂଙ୍କ ସମେତ ସରପଞ୍ଚ, ସମିତିସଭ୍ୟଙ୍କ ଉପସ୍ଥିତିରେ ଫିତା କାଟି ଶିଳାନ୍ୟାସ କରିଥିଲେ। ତେବେ ଫଳକରେ ଶିଳାନ୍ୟାସ ତାରିଖ ୧ଥିବା ବେଳେ ୪ ତାରିଖରେ କାହିଁକି ଶିଳାନ୍ୟାସ ହେଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଶିଳାନ୍ୟାସର କିଛି ସମୟ ପରେ ପୋଲ ନିର୍ମାଣ ପାଇଁ ଟେଣ୍ଡର ନେଇଥିବା ଠିକାଦାର ଜଣକ ଫଳକକୁ ସେଠାରୁ ଓପାଡ଼ି ଗାଡିରେ ନେଇଯାଉଥିବା ବେଳେ କିଛି ଗ୍ରାମବାସୀ ଦେଖି ଠିକାଦାରଙ୍କ ଗାଡ଼ିକୁ ଅଟକାଇବା ସହ ଫଳକ କୁଆଡ଼େ ନେଇ ଯାଉଛ ବୋଲି ପଚାରିବାରୁ ଠିକାଦାର ଜଣକ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଯାହାକୁ ନେଇ ଗ୍ରାମବାସୀ ଏବଂ ଠିକାଦାରଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। କିଛି ଗ୍ରାମବାସୀ ଠିକାଦାରଙ୍କ ଗାଡ଼ି ଆଗରେ ଶୋଇ ପଡ଼ିଥିଲେ। ଫଳରେ ଠିକାଦାର ଜଣକ ଶିଳାନ୍ୟାସ ଫଳକଟିକୁ ସେଠାରେ ଛାଡ଼ି ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏହାପରେ ଗ୍ରାମବାସୀ ମିଳିତ ହୋଇ ଫଳକକୁ ନେଇ ସେମାନେ ଯେଉଁ ସ୍ଥାନରେ ପୋଲ ନିର୍ମାଣ ପାଇଁ ଦାବି କରୁଥିଲେ, ସେହି ସ୍ଥାନରେ ନେଇ ସନ୍ଧ୍ୟାରେ ଫଳକକୁ ଲଗାଇବା ସହ ପୂଜାର୍ଚ୍ଚନା କରିବା ପରେ ନଡ଼ିଆ ବାଡ଼େଇ ଏବଂ ଫିତା କାଟି ଗ୍ରାମବାସୀଙ୍କ ଉପସ୍ଥିତିରେ ପୁଣି ଥରେ ଶିଳାନ୍ୟାସ କରିଥିଲେ। ତେବେ ଗ୍ରାମବାସୀ ଗୋଟିଏ ସ୍ଥାନରେ ପୋଲ ନିର୍ମାଣ ପାଇଁ ଦାବି କରି ଆସୁଥିବା ବେଳେ ବିଧାୟକ ଏବଂ ସରପଞ୍ଚ ଅନ୍ୟ ସ୍ଥାନରେ ଅନାବଶ୍ୟକ ଜାଗାରେ ପୋଲ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଗୋଟିଏ ଫଳକକୁ ସକାଳେ ବିଧାୟକ ଏବଂ ସନ୍ଧ୍ୟାରେ ଗ୍ରାମବାସୀ ଶିଳାନ୍ୟାସ କରିବା ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri