ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ,ବ୍ରହ୍ମପୁର ଏସ.ପି ଡ଼ା. ଶ୍ରବଣା ବିବେକ ଏମ ,ଗଞ୍ଜାମ ଏସ.ପି ହରିଶ୍ ବି.ସି ଏବଂ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର ଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ବୃନ୍ଦ ତପ୍ତପାଣି ଗସ୍ତ କରି ସ୍ଥିତି ପରଖି ଫେରିଥିବା ଜଣାପଡ଼ିଛି।ରାଷ୍ଟ୍ରପତି ଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇନଥିଲେ ମଧ୍ୟ ସେ ଅଗଷ୍ଟ ପ୍ରଥମ ସପ୍ତାହରେ ଆସିପାରନ୍ତି ବୋଲି ସୂଚନା ମିଳିଛି। ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ଭାବେ ପୂଜା ପାଉଥିବା ମା ‘ କନ୍ଧୁଣି ଦେବୀ ଙ୍କ ଆସ୍ଥାନ ତଥା ପ୍ରକୃତିଦତ୍ତ ଆରୋଗ୍ୟ କ୍ଷେତ୍ର  ତପ୍ତପାଣି ଉଷ୍ଣ ପ୍ରସବଣ  ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ବିକ ଭିତ୍ତିଭୂମି ର ବିକାଶ ସହ  ଜନଜାତି ଲୋକଙ୍କ  ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ୧୨ କୋଟି ଟଙ୍କା ପ୍ରଦାନ କରିଛନ୍ତି। ପୂର୍ବରୁ  ରାଜ୍ୟ ସରକାର  ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ପର୍ଯ୍ୟଟନ ମାନଚିତ୍ର ରେ ସ୍ଥାନ  ଦେବା ସହ  ଦକ୍ଷିଣ ଓଡ଼ିଶାର ପ୍ରବେଶ ଦ୍ୱାର ତପ୍ତପାଣି ଠାରୁ ଜିରାଙ୍ଗ ବୌଦ୍ଧ କ୍ଷେତ୍ର, ମହେନ୍ଦ୍ରଗିରି, ରାୟଗଡା, କୋରାପୁଟ ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ  ଅନୁଦାନ ଯୋଗାଇ ଦେଇଛନ୍ତି। ଗତ ୨୦୨୫ ନଭେମ୍ବର ୧୭ ତାରିଖରେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତପ୍ତପାଣି ଉଷ୍ଣ ପ୍ରସବଣ  ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ଵିକ ଉନ୍ନୟନ ପ୍ରକଳ୍ପ ର ଶିଳାନ୍ୟାସ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।  ତପ୍ତପାଣି ଅଞ୍ଚଳର ପ୍ରାକୃତିକ ସବୁଜିମାର ସୁରକ୍ଷା ସହ ନେଚରଥେରାପି ବା ପ୍ରାକୃତିକ ରୋଗ  ଉପଚାର ପାଇଁ ବ୍ୟାପକ ବେଲବଣ ସୃଷ୍ଟି କରାଯାଇ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri