ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ

ସାଂଘାଇ, ୯।୧: ଚାଇନାରେ ଆଉଥରେ ସାଧାରଣ ନାଗରିକ ଓ ପୋଲିସଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି। ସେଣ୍ଟ୍ରାଲ ଚାଇନାରେ ଥିବା କାଭିଡ୍‌-୧୯ ଆଣ୍ଟିଜେନ୍‌ କିଟ୍‌ ନିର୍ମାଣକାରୀ କମ୍ପାନୀ ଜାଇବିଓ ବିନା ନୋଟିସ୍‌ରେ ଅନେକ ଲୋକଙ୍କୁ ଚାକିରିରୁ ବାହାର କରିଥିବାବେଳେ ଏହାକୁ ବିରୋଧ କରି ଶନିବାର କର୍ମଚାରୀମାନେ କମ୍ପାନୀ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇ ଆନ୍ଦୋଳନ ସ୍ଥଳରେ ପୋଲିସ ପହଞ୍ଚିଥିବାବେଳେ ଉତ୍ତେଜିତ ଲୋକେ ପୋଲିସ ଉପରକୁ ଆକ୍ରମଣ କରିବାକୁ ପଛାଇ ନ ଥିଲେ।

ରାସ୍ତାରେ ଥିବା ଟ୍ରାଫିକ୍‌ କୋନ୍‌, ବାକ୍ସ ଆଦି ସେମାନେ ପୋଲିସ ଉପରକୁ ଫୋପାଡ଼ିବା ଆରମ୍ଭ କରିଥିଲେ। ଘଟଣା ନେଇ ଅନେକ ଭିଡିଓ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ ଲାଗିଛି। ବିକ୍ଷୋଭର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ କେତେଜଣଙ୍କ ମତରେ କମ୍ପାନୀ ମନଇଚ୍ଛା କର୍ମଚାରୀଙ୍କ ଦରମା କାଟି ଦେଇଥିବାରୁ ଅସନ୍ତୁଷ୍ଟ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ରିପୋର୍ଟ ମୁତାବକ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଲୋକେ ‘ଆମ ଟଙ୍କା ଫେରାଅ’ କହି ନାରାବାଜି କରୁଥିଲେ। କଡ଼ା ସଂଘର୍ଷ ପରେ ପୋଲିସ ଆନ୍ଦୋଳନକାରୀଙ୍କୁ ଶାନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri