ପୋଲିସ-ମଦବେପାରୀ ଛକାପଞ୍ଝା ବେଳେ ଅଘଟଣ: ଭାଇ ମୃତ, ଭଉଣୀ ସଙ୍କଟାପନ୍ନ

କାମାକ୍ଷାନଗର, ୧୮।୯(ଡି.ଏନ୍‌.ଏ.): ମଦ ବ୍ୟବସାୟୀ ଏବଂ ପୋଲିସ ମଧ୍ୟରେ ଛକାପଞ୍ଝା ବେଳେ ଘଟିଛି ଅଘଟଣ। ପୋଲିସକୁ ଚକ୍‌ମା ଦେଇ ଦ୍ରୁତଗତିରେ ଫେରାର ହୋଇଯିବାକୁ ଉଦ୍ୟମ କରୁଥିବା ଏକ ଚୋରା ମଦ ବୋଝେଇ କାର୍‌ ଧକ୍କାରେ ଭାଇଙ୍କ ମୃତ୍ୟୁ ଘଟିଛି। ସଙ୍କଟାପନ୍ନ ଅବସ୍ଥାରେ ସମ୍ପର୍କୀୟ ଭଉଣୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ଗ୍ରାମ ନିକଟରେ ଶନିବାର ସନ୍ଧ୍ୟାରେ ଘଟିଥିବା ଏହି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଦୁର୍ଘଟଣା ଘଟାଇ ଅଭିଯୁକ୍ତ ଫେରାର ହୋଇଯାଇଥିବାବେଳେ ପୋଲିସ କାର୍‌ ଜବତ କରି ତଦନ୍ତ ଚଳାଇଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, କାମାକ୍ଷାନଗର ପାର୍ଶ୍ୱରୁ ଏକ କାର୍‌ (ନଂ. ଓଆର୍‌ ୦୨ ଏଏକ୍ସ ୬୨୬୮)ରେ ଚୋରା ମଦ ଚାଲାଣ ହେଉଥିବା ସୂଚନା ପାଇ କାମାକ୍ଷାନଗର ପୋଲିସ ପିଛା କରୁଥିଲା। ପୋଲିସ ହାତରେ ଧରାପଡ଼ିବା ଭୟରେ ଡ୍ରାଇଭର ଦ୍ରୁତ ଗତିରେ ଗାଡ଼ି ଚଳାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଏକ ବାଇକ୍‌ରେ ମାର୍କେିଟିଂ ସାରି ଘରକୁ ଫେରୁଥିବା ବାଲିପଡ଼ା ଡିମିରିଆ ଗ୍ରାମର ବିଦ୍ୟାଧର ରାଉତ (୪୦) ଏବଂ ତାଙ୍କର ସମ୍ପର୍କୀୟ ଭଉଣୀ ଊର୍ମିଳା ପ୍ରଧାନ ଓରଫ ରୁମିଲା (୩୨)ଙ୍କ ସହ କାର୍‌ ମୁହଁାମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବିଦ୍ୟାଧରଙ୍କ ଡାହାଣ ଗୋଡ ଛିଣ୍ଡି ଦୁଇ ଖଣ୍ଡ ହୋଇଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଊର୍ମିଳାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ଜିରାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଉଦ୍‌ବେଗଜନକ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା କାର୍‌ ଡ୍ରାଇଭର ଓ ସହଯୋଗୀ ଗାଡ଼ି ଛାଡ଼ି ଚମ୍ପଟ ମାରିଛନ୍ତି। ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ଅନ୍ୟପଟେ ପୋଲିସ ମଦ ବୋଝେଇ ଗାଡ଼ିକୁ ଗୋଡ଼ାଇବା କଥାକୁ ଥାନାଧିକାରୀ ଶରତ କୁମାର ମହାଲିକ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି, ଆମ ଥାନା ଗାଡ଼ି କୌଣସି ମଦ ବୋଝେଇ କାର୍‌ର ପିଛା କରୁ ନ ଥିଲା। ଦୁର୍ଘଟଣା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଗାଡ଼ିରେ କେତେଜଣ ଥିଲେ ତାହା ଜଣାପଡ଼ିନାହିଁ। ତଦନ୍ତ ପରେ ଚୋରା ମଦ ପରିମାଣର ସ୍ପଷ୍ଟ ହେବ। ତେବେ ଥାନାଧିକାରୀଙ୍କ ଏଭଳି ମତକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। କାରଣ କାମାକ୍ଷାନଗରରୁ ଜିରାଳର ଦୂରତା ପ୍ରାୟ ୩୦ କିଲୋମିଟର। ତେବେ ଦୁର୍ଘଟଣା ଘଟିବାର ମାତ୍ର ୫ ମିନିଟ୍‌ ମଧ୍ୟରେ ପୋଲିସ ଗାଡ଼ି ଘଟଣାସ୍ଥଳରେ ପହଞ୍ଚତ୍ଥିବା ପ୍ରତ୍ୟକ୍ଷଦର୍ଶୀ କହୁଛନ୍ତି। ଏଥିରୁ ପୋଲିସ ଗାଡ଼ି ମଦ ଚାଲାଣକାରୀଙ୍କ ପିଛା କରୁଥିବା ସନ୍ଦେହ ଦୃଢ଼ୀଭୂତ ହୋଇଛି। ତେବେ କେଉଁ କାରଣରୁ ପୋଲିସ ଏହାକୁ ଅସ୍ବୀକାର କରୁଛି, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri