୪ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା

ଭବାନୀପାଟଣା,୨୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ତାଙ୍କୁ ଖୋଜିବା ପାଇଁ ପୋଲିସ ତନାଘନା ଚଳାଇଛି। ତେବେ ପୋଲିସ ପକ୍ଷରୁ ଏ ନେଇ ବିଧିବଦ୍ଧ ସୂଚନା ଦିଆଯାଇନାହିଁ।
ପ୍ରକାଶ ଯେ, କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ଥାନା ଅଞ୍ଚଳର ୨ ନାବାଳିକା ଓ ଜଣେ ଯୁବତୀ ବେନଗାଁକୁ ଗତ ୧୬ ତାରିଖ ସନ୍ଧ୍ୟାରେ ଯାତ୍ରା ଦେଖିବା ପାଇଁ ଯାଇଥିଲେ। ସେଠାରୁ ଭୋର୍‌ ପ୍ରାୟ ୩ଟାରେ ଘରକୁ ଫେରୁଥିବା ବେଳେ ବାଜିବାହାଲି ରାସ୍ତା ପୋଲ ନିକଟରେ ୫ ଜଣ ଯୁବକ ସେମାନଙ୍କୁ ଅଟକାଇଥିଲେ। ଏହି ସମୟରେ ଯୁବତୀ ଜଣଙ୍କ ସେମାନଙ୍କୁ ବିରୋଧ କରିବାରୁ ତାଙ୍କୁ ସେମାନେ ରାସ୍ତା ଉପରୁ ପୋଲ ତଳକୁ ଠେଲି ଦେଇଥିଲେ। ସେ ଗୁରୁତର ହୋଇଥିବା ବେଳେ ଅନ୍ୟ ୨ ନାବାଳିକାଙ୍କୁ ଅଭିଯୁକ୍ତମାନେ ଟେକିନେଇ ଗଣବଳାତ୍କାର କରିଥିଲେ। ଘଟଣାସ୍ଥଳରୁ ଖସି ଆସିଥିବା ଯୁବତୀ ଜଣକ ଯାତ୍ରା ପଡ଼ିଆକୁ ଆସି ଗାଁଲୋକଙ୍କୁ ସବୁକଥା କହିଥିଲେ। ଏ ନେଇ ପରିବାର ଲୋକେ ବିଜେପୁର ଥାନାରେ ବୁଧବାର ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ନାବାଳିକା ଦ୍ବୟଙ୍କ ଡାକ୍ତରୀମାଇନା ପାଇଁ ପ୍ରଥମେ ବିଶ୍ୱନାଥପୁର ଓ ପରେ ଲାଞ୍ଜିଗଡ଼ ଡାକ୍ତରଖାନାକୁ ନେଇଥିଲା। ସେଠାରେ ଡାକ୍ତର ନ ଥିବାରୁ ସେମାନଙ୍କୁ ଭବାନୀପାଟଣା ସଦର ମୁଖ୍ୟ ଡାକ୍ତରଖାନାରେ ଡାକ୍ତରୀମାଇନା କରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri