Posted inଜାତୀୟ

ସିସିଟିଭି ଅଣ୍ଡାଳୁଛି ପୋଲିସ

ନୂଆଦିଲ୍ଲୀ,୩୧ା୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି ବେଳେ ଲାଲକିଲ୍ଲା ହିଂସାକୁ ନେଇ କଠୋର ହୋଇଛି ଦିଲ୍ଲୀ ପୋଲିସ। ପୋଲିସକୁ ବର୍ତ୍ତମାନ ସୁଦ୍ଧା ଦିଲ୍ଲୀ ହିଂସା ସମ୍ପର୍କିତ ୧,୭୦୦ ଭିଡିଓ କ୍ଲିପ୍‌ ଏବଂ ସିସିଟିଭି ଫୁଟେଜ୍‌ ମିଳିଛି। ଫୋରେନ୍‌ସିକ୍‌ ବିଶେଷଜ୍ଞଙ୍କ ସହାୟତାରେ ସେଗୁଡ଼ିକୁ ବିଶ୍ଳେଷଣ ସହ ଅଭିଯୁକ୍ତମାନଙ୍କୁ ଚିହ୍ନଟ ପାଇଁ ଉଦ୍ୟମ ଚାଲିଛି।
ପୋଲିସ ଯୁଗ୍ମ କମିଶନର (ଅପରାଧ) ବି.କେ. ସିଂ ଶନିବାର କହିଛନ୍ତି, ଲାଲକିଲ୍ଲା ଏବଂ ଆଇଟିଓ ହିଂସା ସମେତ ୯ଟି ମାମଲାର ତଦନ୍ତ କ୍ରାଇମ୍‌ବ୍ରାଞ୍ଚ କରୁଛି। ହିଂସା ଭିଆଇଥିବା ବ୍ୟକ୍ତିମାନଙ୍କୁ ଧରିବା ଲାଗି ସନ୍ଦିଗ୍ଧଙ୍କ ମୋବାଇଲ୍‌ ଫୋନ୍‌ କଲ୍‌ ଓ ସେମାନେ ବ୍ୟବହାର କରିଥିବା ଟ୍ରାକ୍ଟରଗୁଡ଼ିକର ରେଜିଷ୍ଟ୍ରେଶନ ନମ୍ବର ଯାଞ୍ଚ କରାଯାଉଛି। ୩୯୪ ପୋଲିସ କର୍ମଚାରୀ ଆହତ ଓ ଜଣେ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବା ଏହି ହିଂସା ସହ ଜଡ଼ିତ ସିସିଟିଭି ଫୁଟେଜ୍‌କୁ ବିଶ୍ଳେଷଣ କରିବା ଲାଗି ନ୍ୟାଶନାଲ ଫୋରେନ୍‌ସିକ୍‌ ସାଇନ୍ସ ୟୁନିଭର୍ସିଟିର ଏକ ଟିମ୍‌କୁ ଅନୁରୋଧ କରାଯାଇଛି। ହିଂସା ସମ୍ପର୍କରେ ଲୋକଙ୍କୁ ତଥ୍ୟ ମାଗିବା ପାଇଁ ପ୍ରମୁଖ ଖବରକାଗଜଗୁଡ଼ିକୁ ଅନୁରୋଧ କରାଯାଇଛି। ଏକ ଫୋରେନ୍‌ସିକ୍‌ ଟିମ୍‌ ଶନିବାର ଲାଲକିଲ୍ଲା ଯାଇ ପ୍ରମାଣ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri