Posted inରାଜ୍ୟ

ଜାଗର ପାଇଁ ପୋଲିସ ସଜାଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୧୦ ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିବାବେଳେ ରାଜ୍ୟ ଓ ବାହାରୁ ଭକ୍ତଙ୍କ ସମାଗମ ହୋଇପାରେ। ତେଣୁ ସେମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରସ୍ତୁତ ରହିଥିବା ଶୁକ୍ରବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି। ରାତି ୨ଟାରୁ ସେବାୟତ ପରିବାର ଉତ୍ତର ଦ୍ୱାର ଦେଇ ଓ ୩ଟାରୁ ସିଂହ ଦ୍ୱାର ଦେଇ ଶ୍ରଦ୍ଧାଳୁଙ୍କ ପ୍ରବେଶ ବ୍ୟବସ୍ଥା ରହିଛି। ତେଣୁ ଏହା ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ସହ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି। ସେହିପରି ସ୍ବତନ୍ତ୍ର ବ୍ୟାରିକେଡ କରାଯାଇଛି। ଗଙ୍ଗା ଯମୁନା ଛକରୁ ବ୍ୟାରିକେଡ ବ୍ୟବସ୍ଥା ହୋଇଥିବାବେଳେ ଗୋଟିଏ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏସ୍‌ଓଜି ମୁତୟନ ହେବେ। ୪ଟି ସିଫ୍ଟରେ ଡ୍ୟୁଟି କରିବେ ପୋଲିସ। ଡିସିପି ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୫ଜଣ ଅତିରିକ୍ତ ଡିସିପି, ୧୧ ଏସିପି, ୧୯ ଆଇଆଇସି, ୭୯ ଜଣ ଏସଆଇ /ଏଏସଆଇ, ୯୩ ଜଣ ଏପିଆର କନ୍‌ଷ୍ଟେବଳ, ୯୧ ସେକ୍ସନ ଫୋର୍ସ ସମେତ ୧୦୯ ଜଣ ଗୃହରକ୍ଷୀ ଏବଂ ୩୨ ପ୍ଲାଟୁନ ପୋଲିସ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ଏହାସହ ୧୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ମନ୍ଦିର ସମ୍ମୁଖ ରାସ୍ତାକୁ ୱାନ୍‌ ୱେ କରାଯାଇଛି । ୧୦୦ ମିଟର ପରିଧି ମଧ୍ୟରେ ଗାଡି ଚଳାଚଳ ନିଷିଦ୍ଧ କରାଯାଇଛି। ସେହିପରି ପକେଟ୍‌ମାର, ଛିନତାଇ ଉପରେ ସାଦା ପୋଷାକଧାରୀ ପୋଲିସ ନଜର ରଖିବା ସହ ପୂରା ଅଞ୍ଚଳ ସିସିଟିଭି ସର୍ଭେଲାନ୍ସରେ ରଖାଯାଇଥିବା ଡିସିପି ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri