ନିଶାସକ୍ତଙ୍କୁ ଧରିବାକୁ ପୋଲିସ ସଜାଗ

ବ୍ରହ୍ମପୁର ଅଫିସ,୨।୬: ବ୍ରହ୍ମପୁର ସହରରେ ପୋଲିସ ନିଶାସକ୍ତ ଚାଳକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଚାଳକଙ୍କୁ ପୋଲିସ ଥାନାକୁ ନେଉଛି। ସେମାନଙ୍କ ଗାଡି ଜବତ କରାଯିବା ସହ ମାମଲା ରୁଜୁ ହେଉଛି। କୋର୍ଟରେ ଜରିମାନା ଦେଇ ଛାଡ ପାଉଛନ୍ତି। ଏମାନଙ୍କୁ ସାବାଡ଼ କରିବାକୁ ପୋଲିସ ପ୍ରୟାସ ଆରମ୍ଭ କରିଛି। ବ୍ରହ୍ମପୁର ପୋଲିସ ଜିଲାରେ ନିଶାସକ୍ତ ଚାଳକଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଗତ ମେ ୧ରୁ ୩୧ ମଧ୍ୟରେ ଏଯାବତ ବ୍ରହ୍ମପୁର ସହରର ବିଭିନ୍ନ ଅଞ୍ଚଳରେ ପୋଲିସ ୫୪ ଜଣଙ୍କୁ ଉଠାଇ ନେଇ ମାମଲା ମଧ୍ୟ ବିଭିନ୍ନ ଥାନାରେ ରୁଜୁ କରିଛି। ପୋଲିସ ଏ ସଂକ୍ରାନ୍ତରେ ୩୭ ନିଶାଡିଙ୍କ ବାଇକ୍‌ ମଧ୍ୟ ଜବତ କରିଛି। ଏନେଇ ବୁଧବାର ପୋଲିସ ମୁଖ୍ୟାଳୟରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ନିଶାସକ୍ତ ଗାଡ଼ି ଚାଳକଙ୍କ ଯୋଗୁ ଅନ୍ୟମାନଙ୍କ ଜୀବନ ଯାଉଛି। ଅନ୍ୟମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ଏଣୁ ଏମାନଙ୍କୁ ସାବାଡ଼ କରିବା ପାଇଁ ପୋଲିସ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି ବୋଲି ବ୍ରହ୍ମପୁର ଏସ୍‌ପି ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି ଅଭିଯାନ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?