ସୁମିତଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ପାଇଁ ତପସ୍ବିନୀ ଦାଶ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ର ତାଙ୍କ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଡା.ସୁମିତ ସାହୁ କାନ୍ଥ ପାଚେରି ଡେଇଁ ପଳାଇଥିବା ତପସ୍ବିନୀ ଅଭିଯୋଗ କରିଛନ୍ତି। ଯଦି ସୁମିତଙ୍କ ଦେହ ଅସୁସ୍ଥ ଅଛି ସେ କାନ୍ଥ ଡେଇଁ ଗଲେ କେମିତି। ସୁମିତ ଜାଣିଶୁଣି ଚକ୍ରାନ୍ତ କରୁଛନ୍ତି। ଯଦି ତାଙ୍କ ଦେହ ଖରାପ ସେ ଏବେ କେଉଁଠି ଚିକିତ୍ସିତ ହେଉଛନ୍ତି ତାହା କୁହନ୍ତୁ ବୋଲି ତପସ୍ବିନୀ କହିଛନ୍ତି। ଯାହା ହେଲେ ବି ତାଙ୍କ ଉପରେ ବିଶ୍ୱାସ ଅଛି। ସେ ନିଶ୍ଚିତ ଫେରିବେ ବୋଲି ତପସ୍ବିନୀ ଆଶା ରଖିଛନ୍ତି। ଶନିବାର ଆସିକା ଓ ବ୍ରହ୍ମପୁର ପୋଲିସର ଏକ ଟିମ୍‌ ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରକୁ ଯାଇ ତାଙ୍କୁ ଖୋଜାଖୋଜି କରିଥିଲେ ା କନ୍ତୁ ନ ପାଇବାରୁ ତାଙ୍କ ବାପାଙ୍କୁ ପଚରାଉଚରା କରି ଫେରିଥିବା ଜଣାପଡିଛି।

ଶନିବାର ତପସ୍ବିନୀ ସାମାଜିକକର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହ ଧାରଣା ଜାରି ରଖିଛନ୍ତି। ସେହିପରି କେତେଜଣ ଆଇନଜୀବୀ ଧାରଣାସ୍ଥଳକୁ ଯାଇ ତପସ୍ବିନୀଙ୍କ ସହିତ ଆଲୋଚନା କରି ଏଭଳି ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ। ପଡ଼ୋଶୀମାନେ ମଧ୍ୟ ତପସ୍ବିନୀଙ୍କୁ ସମର୍ଥନ କରି ନ୍ୟାୟ ଦେବାକୁ ଦାବି କରିଛନ୍ତି।
ପ୍ରକାଶ ଯେ, ଗତ ୯ତାରିଖରେ ବ୍ରହ୍ମପୁର ଏସ୍‌ଡିଜେଏମ୍‌ ତପସ୍ବିନୀଙ୍କ ପିଟିଶନ୍‌ ଉପରେ ଶୁଣାଣି କରି ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ ଏକାଠି ଭଡ଼ାଘରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ୧୦ତାରିଖ ସକାଳୁ ଡା. ସୁମିତ ୫ଦିନ ଛୁଟି ଆବେଦନ କରି କୁଆଡ଼େ ଚାଲିଯାଇଛନ୍ତି। ବର୍ତ୍ତମାନ ସୁଦ୍ଧା ସେ ସାମ୍ନାକୁ ଆସୁ ନ ଥିବା ତପସ୍ବିନୀ ଅଭିଯୋଗ କରିଛନ୍ତି। ସେ ପ୍ରଥମ ପର୍ଯ୍ୟାୟରେ ୫ଦିନ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୮ଦିନ ଛୁଟି ନେଇଛନ୍ତି। ସୁମିତ ଫେରୁ ନ ଥିବାରୁ ବାଧ୍ୟ ହୋଇ ଶୁକ୍ରବାର ତପସ୍ବିନୀ ଆସିକା ଚିନିକଳ ଆଇବି ଛାଡ଼ି ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଆସିଥିଲେ। ଏସ୍‌ଡିଜେଏମ୍‌ ପିଟିଶନ୍‌ ଶୁଣାଣି କରି ଆସନ୍ତା ୨୦ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଥିଲେ। ଏହା ସହିତ ସୁମିତଙ୍କ ନିଖୋଜ ସମ୍ପର୍କରେ ଥାନାରେ ଅଭିଯୋଗ କରିବା ପାଇଁ କୋର୍ଟ କହିଥିଲେ। ଏ ସମ୍ପର୍କରେ ତପସ୍ବିନୀ ପୂର୍ବରୁ ଆସିକା ଥାନାରେ ଅଭିଯୋଗ କରି ସାରିଥିବା ତାଙ୍କ ଓକିଲ ଦୀପକ ପଟ୍ଟନାୟକ କହିଛନ୍ତି। ଏଣୁ ଆସନ୍ତା ୨୦ ତାରିଖର ଶୁଣାଣି ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଇନଜୀବୀ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri