ଲାଗିଲା ପୋଷ୍ଟର, ପରିଚୟ ଦେଲେ ପୁରସ୍କାର

ଭୁବନେଶ୍ୱର,୨୫।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ବରିମୁଣ୍ଡ ନିକଟ କୁଆଖାଇ ନଦୀପଠା ବାଲିରେ ପୋତା ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାକୁ ଇତିମଧ୍ୟରେ ୩ଦିନ ବିତିଛି। ପୋଲିସ ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ପାଇପାରି ନ ଥିବାରୁ ତଦନ୍ତରେ ସେଭଳି କିଛି ଅଗ୍ରଗତି ହୋଇପାରୁନାହିଁ। ଏପରିସ୍ଥଳେ ପରିଚୟ ପାଇବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି। ଶନିବାର ରାଜଧାନୀର ବିଭିନ୍ନ ବସ୍ତି ଅଞ୍ଚଳରେ ପଚରଉଚରା କରିଛି। ଏଥିସହିତ ମୃତଦେହ ଓ ଘଟଣାସ୍ଥଳରୁ ମିଳିଥିବା ପୋଷାକ, ଚପଲ ଆଦିର ଏକ ପୋଷ୍ଟର ପ୍ରସ୍ତୁତ କରି ବିଭିନ୍ନ ସ୍ଥାନରେ ଲଗାଇଛି। ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ପେଟ୍ରୋଲ ପମ୍ପ୍‌, ବ୍ୟାଙ୍କ, ଅଫିସ. ବସ୍‌ ଷ୍ଟାଣ୍ଡ୍‌, ଷ୍ଟେଶନ ଆଦି ୧୦୦ଟି ପୋଷ୍ଟର ଲଗାଯାଇଛି। ସେଥିରେ ମଧ୍ୟ ଫୋନ୍‌ ନମ୍ବର ଦିଆଯାଇଛି। କେହି ମୃତକଙ୍କ ସମ୍ପର୍କରେ ସୂଚନା ପାଇଲେ ଉକ୍ତ ନମ୍ବରରେ କଲ୍‌ କରି ଜଣାଇବାକୁ କମିଶନରେଟ୍‌ ପୋଲିସ ନିବେଦନ କରିଛି। ଏଥିସହିତ ପରିଚୟ ଦେଇଥିବା ବ୍ୟକ୍ତିଙ୍କ ନାମ ଗୋପନ ରଖାଯିବା ସହ ତାଙ୍କୁ ପୁରସ୍କାର ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ବ୍ୟବଚ୍ଛେଦ ରିପୋର୍ଟରୁ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପୋଲିସ ଭିସେରା ରିପୋର୍ଟକୁ ଅପେକ୍ଷା କରିଛି। ଏହା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ଗତ ୨୧ ତାରିଖ ଅପରାହ୍ନରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକ କୁଆଖାଇ ପଠାକୁ ବୁଲିବାକୁ ଯାଇଥିଲେ। ଏହି ସମୟରେ ନଦୀପଠାର ଏକ ସ୍ଥାନରେ ବାଲି ଗଦା ହୋଇ ରହିଥିବାବେଳେ ପାପୁଲି, ପ୍ୟାଣ୍ଟ ଓ ଚପଲ ଉପରକୁ ଦୁଶୁଥିବା ଏବଂ ଦୁର୍ଗନ୍ଧ ହେଉଥିବାରୁ ସନ୍ଦେହ କରି ଥାନାକୁ ଖବର ଦେଇଥିଲେ। ରାତି ହୋଇଯିବାରୁ ପୋଲିସ ମୃତଦେହ ବାହାର ନ କରି ଜଗି ରହିଥିଲା। ଗୁରୁବାର ସକାଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ଉକ୍ତ ସ୍ଥାନକୁ ଯାଞ୍ଚ୍‌ କରି ବିିଭିନ୍ନ ନମୁନା ସଂଗ୍ରହ କରିଥିଲା। ତାଙ୍କ ଡାହାଣ କାନରେ ଏକ କୁଣ୍ଡଳ ରହିଥିବା ଦେଖିବାକୁ ମିଳିଥିଲା। ମୃତଦେହ ନିକଟରୁ ଲାଲ୍‌-ନୀଳ ରଙ୍ଗର ଏକ ଚପଲକୁ ପୋଲିସ ଜବତ କରିଥିଲା। ସେ ଫୁଲ୍‌ ପ୍ୟାଣ୍ଟ ସହ ଶାର୍ଟ ପିନ୍ଧିଥିବାବେଳେ ଶରୀରରେ କୌଣସି ସ୍ଥାନରେ କ୍ଷତ ଚିହ୍ନ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?