ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ପଞ୍ଚାୟତର ମେରାମା ଗାଁରେ ଏହି ଘଟଣା ଘଟିଛି। ଘଟଣାରେ ମୋହନା ପୋଲିସ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସୂଚନା ଅନୁସାରେ, ମେରାମା ଗାଁଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ଜଙ୍ଗଲରେ ରହୁଥିବା ରାମଚନ୍ଦ୍ର ମଳିକଙ୍କୁ ଗତ ରବିବାର ରାତି ପ୍ରାୟ ୨ଟା ସମୟରେ କିଛି ଯୁବକ ଏକ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଟଙ୍କା ମିଳିବ ବୋଲି କହି ଘରୁ ଡାକି ନେଇଥିଲେ। ପରେ ଗାଁରେ ଏକ ବୈଠକ କରାଯାଇଥିଲା।

ମୃତକଙ୍କ ପତ୍ନୀ କଳାବତୀ ମଳିକଙ୍କ ଅଭିଯୋଗ ଅନୁସାରେ, ପୂର୍ବାହ୍ନ ପ୍ରାୟ ୫ଟା ସମୟରେ ଗୁଣି କରୁଥିବା ସନ୍ଦେହରେ ରାମଚନ୍ଦ୍ରଙ୍କୁ ଲୁଙ୍ଗିରେ ବେକ ଚିପି ଶ୍ୱାସରୁଦ୍ଧ କରିବା ସହ ପିଟିପିଟି ହତ୍ୟା କରାଯାଇଥିଲା। ପରେ ତାଙ୍କ ମୃତଦେହକୁ ଗାଁ ନିକଟସ୍ଥ ଜଙ୍ଗଲକୁ ନେଇ ପୋଡ଼ି ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି।

ରାମଚନ୍ଦ୍ରଙ୍କୁ ମାଡ଼ ମରାଯାଉଥିବା ସମୟରେ ତାଙ୍କ ପତ୍ନୀ କଳାବତୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିବା ମଧ୍ୟ ଅଭିଯୋଗରେ ଦର୍ଶାଯାଇଛି। ଏନେଇ କଳାବତୀ ମୋହନା ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଘଟଣାକୁ ନେଇ ମୋହନା ଥାନାରେ କେସ ନମ୍ବର ୧୯୫/୨୬ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ମେରାମା ଗାଁର କାମଦେବ ମଳିକ (୪୬), ଦୀପୁ ବେହେରା (୨୧), କାର୍ତ୍ତିକ ମଳିକ (୩୪), ପ୍ରଭା ମଳିକ (୪୧), ଅନନ୍ତ ବେହେରା (୨୪), କଟ ମଳିକ (୫୧), ଚୈତନ୍ୟ ମଳିକ, ଅଶୋକ ମଳିକ, ରବିନ୍ଦ୍ର ବେହେରା, ରାଜୁ ବେହେରା, ରାଘବ ମଳିକ ଓ କାଳିଆ ବେହେରାଙ୍କୁ ପୁଲିସ ଗିରଫ କରିଛି।

ଘଟଣାସ୍ଥଳରେ ପାରଳାଖେମୁଣ୍ଡିରୁ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିବା ସହ ଘଟଣାସ୍ଥଳରୁ ହାଡ଼ ଓ ପାଉଁଶ ଜବତ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ମୋହନା ଏସଡିପିଓ ରାକେଶ କୁମାର ସାହୁ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?