ଜୁଆ ଆଡ୍ଡା ଉପରେ ଚଢାଉ: ୧୭ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର, ୨୯/୧୧(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁଟୁରାମୁଣ୍ଡାର ଏକ ଫାର୍ମରେ ଚାଲିଥିବା ବେଆଇନ ଜୁଆ ଆଡ୍ଡା ଉପରେ ଶୁକ୍ରବାର ରାତିରେ ସଦର ଥାନା ପୋଲିସ ଅତର୍କିତ ଚଢ଼ାଉ କରି ୧୨ ବାଇକ, ଏକ କାର ସହ ବିଭିନ୍ନ ଜିଲାର ୧୭ ବ୍ୟକ୍ତିଙ୍କୁ ଗିରଫ କରିଛି। ବଲାଙ୍ଗୀର ସଦର ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ଏନେଇ ସଦର ଥାନାରେ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଏହି ବେଆଇନ ଜୁଆ ଖେଳ ସମ୍ପର୍କରେ ପୋଲିସକୁ ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ପାଇ ଚଢ଼ାଉ କରିଥିଲେ। କୁଟୁରାପାଲିର ଧୀରୁ ଓରଫ ଜନ୍ମେଜୟ ଥନାପତି (୩୫)ଙ୍କ ଫାର୍ମ ହାଉସରେ ଏହି ଜୁଆ ଆଡ୍ଡା ଚାଲିଥିଲା। ମୁଖ୍ୟ ଅଭିଯୁକ୍ତ ଫାର୍ମ ହାଉସ ମାଲିକ ଥନାପତିଙ୍କ ସମେତ ୧୭ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ମାନେ ଫେରାଇ ହୋଇଯାଇଛନ୍ତି। ଏହି ଜୁଆ ଆଡ୍ଡାରେ ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲାର ଜୁଆଡିମାନେ ଜୁଆ ଖେଳିବାକୁ ଆସିଥିଲେ।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri