ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩), ପୋରାଗାଁର ଦେବେନ୍ଦ୍ର ସାହୁ (୩୮) ଓ ଗୋଲାମୁଣ୍ଡାର ବସନ୍ତ ଚଳାନ (୩୬) ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, ଜୁନାଗଡ଼ ସହର କଲମପୁର ଛକ ନିକଟିସ୍ଥ ଏନ୍‌ଏନ୍‌ ୨୬ରେ ସୋମବାର ରାତିରେ ଗୋଟିଏ ପିକ୍‌ଅପ୍‌ ଖରାପ ହୋଇ ଅଟକିଥିଲା। ଏହି ସମୟରେ ଉପରୋକ୍ତ ୨ ଅଭିଯୁକ୍ତ କାହ୍ନୁ ଓ ଦେବେନ୍ଦ୍ର ଏକ ଗାଡ଼ିରେ ଆସି ପିକ୍‌ଅପରେ ବସିଥିବା ଯୁବକକୁ ମାଡ଼ ମାରି ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ଏହାସହ ତାଙ୍କ ପାଖରେ ଥିବା ସାଢ଼େ ୩ ହଜାର ଟଙ୍କା ଡକାୟତି କରି ନେଇ ପଳାଇଥିଲେ। ତେବେ ଗାଡ଼ିରେ ଥିବା କର୍ମଚାରୀ ଏ ନେଇ ଜୁନାଗଡ଼ ପୋଲିସକୁ ଖବର ଦେଇଥିଲେ । ଏହାପରେ ଜୁନାଗଡ଼ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସେଠାରୁ କିଛି ଦୂରରୁ ୨ ଡକାୟତକୁ କାବୁ କରିଥିଲା। ପୋଲିସ ଦୁଇ ଜଣଙ୍କଠାରୁ ଗୋଟିଏ ଆପାଚି ବାଇକ ନଂ (ଓ ୦୮-ଆର ୯୫୩୬)ଓ ଗୋଟିଏ ଇଂଲଣ୍ଡ ତିଆରି ରିଭଲଭର (ବନ୍ଧୁକ), ନଗଦ ୨୬ଶହ ଟଙ୍କା ସମେତ ଦୁଇଟି ଅଫୁଟା ଗୁଳି ଓ ଗୋଟିଏ ଖୋକା ଜବତ କରିଥିଲା। ଅଭିଯୁକ୍ତ ଦେବେନ୍ଦ୍ର ଗତ ବର୍ଷକ ତଳେ ଗୋଲାମୁଣ୍ଡା ଅଞ୍ଚଳର ବସନ୍ତ ଚାଲନ ସଂସ୍ପର୍ଶରେ ଆସି ୪୦ ହଜାର ଟଙ୍କା ଦେଇ ରିଭଲଭର ଓ ଗୁଳି କିଣିଥିଲେ। ତେଣୁ ବେଆଇନ ରିଭଲଭର ବିକ୍ରି କରିଥିବା ଅଭିଯୋଗରେ ପୋଲିସ ଗୋଳାମୁଣ୍ଡାର ବସନ୍ତଙ୍କୁ ମଧ୍ୟ ଗିରଫ କରିଥିଲା।

ସେହିପରି ଅଭିଯୁକ୍ତ କାହ୍ନୁଙ୍କ ନାମରେ ପୂର୍ବରୁ ମଧ୍ୟ ଅନେକ ମାମଲା ରହିଥିବା ପୋଲିସଠାରୁ ଜଣାପଡ଼ଛି। ଏନେଇ ଜୁନାଗଡ଼ ଥାନାରେ ଏକ ମାମଲା ନଂ(୭୭୧/୨୫) ରୁଜୁ ହୋଇଥିବା ଜୁନାଗଡ଼ ଆଇଆଇସି ଶେଷଦେବ ବେହେରା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri