ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩), ପୋରାଗାଁର ଦେବେନ୍ଦ୍ର ସାହୁ (୩୮) ଓ ଗୋଲାମୁଣ୍ଡାର ବସନ୍ତ ଚଳାନ (୩୬) ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, ଜୁନାଗଡ଼ ସହର କଲମପୁର ଛକ ନିକଟିସ୍ଥ ଏନ୍‌ଏନ୍‌ ୨୬ରେ ସୋମବାର ରାତିରେ ଗୋଟିଏ ପିକ୍‌ଅପ୍‌ ଖରାପ ହୋଇ ଅଟକିଥିଲା। ଏହି ସମୟରେ ଉପରୋକ୍ତ ୨ ଅଭିଯୁକ୍ତ କାହ୍ନୁ ଓ ଦେବେନ୍ଦ୍ର ଏକ ଗାଡ଼ିରେ ଆସି ପିକ୍‌ଅପରେ ବସିଥିବା ଯୁବକକୁ ମାଡ଼ ମାରି ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ଏହାସହ ତାଙ୍କ ପାଖରେ ଥିବା ସାଢ଼େ ୩ ହଜାର ଟଙ୍କା ଡକାୟତି କରି ନେଇ ପଳାଇଥିଲେ। ତେବେ ଗାଡ଼ିରେ ଥିବା କର୍ମଚାରୀ ଏ ନେଇ ଜୁନାଗଡ଼ ପୋଲିସକୁ ଖବର ଦେଇଥିଲେ । ଏହାପରେ ଜୁନାଗଡ଼ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସେଠାରୁ କିଛି ଦୂରରୁ ୨ ଡକାୟତକୁ କାବୁ କରିଥିଲା। ପୋଲିସ ଦୁଇ ଜଣଙ୍କଠାରୁ ଗୋଟିଏ ଆପାଚି ବାଇକ ନଂ (ଓ ୦୮-ଆର ୯୫୩୬)ଓ ଗୋଟିଏ ଇଂଲଣ୍ଡ ତିଆରି ରିଭଲଭର (ବନ୍ଧୁକ), ନଗଦ ୨୬ଶହ ଟଙ୍କା ସମେତ ଦୁଇଟି ଅଫୁଟା ଗୁଳି ଓ ଗୋଟିଏ ଖୋକା ଜବତ କରିଥିଲା। ଅଭିଯୁକ୍ତ ଦେବେନ୍ଦ୍ର ଗତ ବର୍ଷକ ତଳେ ଗୋଲାମୁଣ୍ଡା ଅଞ୍ଚଳର ବସନ୍ତ ଚାଲନ ସଂସ୍ପର୍ଶରେ ଆସି ୪୦ ହଜାର ଟଙ୍କା ଦେଇ ରିଭଲଭର ଓ ଗୁଳି କିଣିଥିଲେ। ତେଣୁ ବେଆଇନ ରିଭଲଭର ବିକ୍ରି କରିଥିବା ଅଭିଯୋଗରେ ପୋଲିସ ଗୋଳାମୁଣ୍ଡାର ବସନ୍ତଙ୍କୁ ମଧ୍ୟ ଗିରଫ କରିଥିଲା।

ସେହିପରି ଅଭିଯୁକ୍ତ କାହ୍ନୁଙ୍କ ନାମରେ ପୂର୍ବରୁ ମଧ୍ୟ ଅନେକ ମାମଲା ରହିଥିବା ପୋଲିସଠାରୁ ଜଣାପଡ଼ଛି। ଏନେଇ ଜୁନାଗଡ଼ ଥାନାରେ ଏକ ମାମଲା ନଂ(୭୭୧/୨୫) ରୁଜୁ ହୋଇଥିବା ଜୁନାଗଡ଼ ଆଇଆଇସି ଶେଷଦେବ ବେହେରା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri