୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ, ୨୨ ଶହ ଟଙ୍କା ଓ ଗୋଟିଏ ଟୟୋଟୋ ଇନୋଭା କ୍ରିଷ୍ଟା ଗାଡି ଜବତ କରାଯାଇଛି । ଗିରଫ ୩ ଜଣ ହେଲେ ପିତବାସ ମହାନ୍ତି, ଲକ୍ଷ୍ମଣ ଦାସ ଓ ଧ୍ରୁବ ଦଳ ମଲ୍ଲିକ। ଏନେଇ ଭଞ୍ଜନଗର ଥାନାରେ ୬୧୪/୨୬ ରେ ଏକ ମାମଲା ରୁଜୁ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି ବୋଲି ଏଏସପି ରଞ୍ଜନ କୁମାର ଦେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି॥ ଖବରଦାତା ସମ୍ମିଳନୀରେ ଆଇଆଇସି ଜୀବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ଥାନା ଏସଆଇ ଲକ୍ଷ୍ମୀଧର ମହାନ୍ତି ସୋମବାର ଦୁର୍ଗାପ୍ରସାଦ ରାସ୍ତାରେ ଡ୍ୟୁଟି କରୁଥିଲେ। ଏହି ସମୟରେ କନ୍ଧମାଳ ଜିଲା ଆଡୁ ଉକ୍ତ ୩ ଅଭିଯୁକ୍ତ ଟୟୋଟୋ ଇନୋଭା କ୍ରିଷ୍ଟା ଗାଡିରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଅଭିଯୁକ୍ତମାନେ ପୋଲିସ ଗାଡ଼ିକୁ ଦେଖି ଦ୍ରୁତ ଗତିରେ ଚାଲି ଯାଉଥିଲେ। ପୋଲିସ ସନ୍ଦେହ କରି ଗାଡିଟିକୁ ପିଛା କରି ଦୁର୍ଗା ପ୍ରସାଦ ନିକଟରେ ଅଟକାଇବାରେ ସକ୍ଷମ ହୋଇଥିଲେ। ଏହାପରେ ଯାଞ୍ଚ କରିବାରୁ ଗାଡ଼ିରୁ ଗଞ୍ଜେଇ ବାହାରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri