୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।
ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ବିଡିପୂରର ଶତ୍ରୁଘ୍ନ ସାଇଁ, ରାଜେନ୍ଦ୍ର ନାୟକ, ଅନିଲ ନାୟକ, ରିତେଶ ସିଂ ଓ ଲିଟୁ ସାମନ୍ତରା। ଏଥିସହ ପୋଲିସ ସେମାନଙ୍କ ଠାରୁ ୨ଟି ବନ୍ଧୁକ, ୩ଟି ଜୀବନ୍ତ ଗୁଳି, ୨ଟି ବାଇକ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଏନେଇ ଭଞ୍ଜନଗର ଥାନାରେ ୫୭୧/୨୬ ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଶତ୍ରୁଘ୍ନଙ୍କ ନାମରେ ଜିଲାର ବିଭିନ୍ନ ଥାନାରେ ୧୪ ଟି ମାମଲା ଅଛି। ଅନ୍ୟ ଅଭିଯୁକ୍ତ ମାନଙ୍କ ନାମରେ ମଧ୍ୟ ଏକାଧିକ ମାମଲା ଥିବା ଆଶଙ୍କା କରାଯାଉଛି।

ଘଟଣାରୁ ପ୍ରକାଶ ଯେ, ଗତ ୯ ତାରିଖ ଦିନ ଅଭିଯୁକ୍ତମାନେ ବାରୁଡ଼ା ଗ୍ରାମକୁ ଯାଇ ସମ୍ପୃକ୍ତ ଗ୍ରାମର ଏସ୍ କେ ସାହୁ ଏବଂ ତାଙ୍କ ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଏଥିସହ ଘରଦ୍ୱାର ଭଙ୍ଗାରୁଜା କରିଥିଲେ। ଗ୍ରାମ ଦାଣ୍ଡରେ ଅଭିଯୁକ୍ତ ମାନେ ଖୋଲାଖୋଲି ଭାବେ ବନ୍ଧୁକ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ର ଧରି ଆତଙ୍କ ଚଳାଇଥିଲେ। ଗ୍ରାମବାସୀ ଭୟରେ ଏନେଇ ପ୍ରତିବାଦ ମଧ୍ୟ କରି ପାରି ନ ଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଆଜି ଗିରଫ କରିଛି ବୋଲି ଭଞ୍ଜନଗର ଏସଡିପିଓ ଡଃ ଦୀପକ କୁମାର ମିଶ୍ର ଏକ ଖବରଦାତା ସମ୍ମିଳନୀରେ ତାହା ପ୍ରକାଶ କରିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଥାନା ଅଧିକାରୀ ଜୀବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଏସଡିପିଓ ମିଶ୍ର କହିଥିଲେ ଯେ
ବନ୍ଧୁକ ସଂସ୍କୃତି ବିଶାସ ରଖୁଥିବା ଅପରାଧିମାନଙ୍କୁ ଭଞ୍ଜନଗର ଉପଖଣ୍ଡରେ ଦମନ କରାଯିବ। ଏନେଇ ସ୍ବତନ୍ତ୍ର ଅଭିଯାନ ଚାଲିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri