ମନ୍ଦିରରୁ ଚୋରି କରିନେଇଥିଲେ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ) : ଗତ ୧୬ ତାରିଖ ଦିନ ବିଳମ୍ବିତ ରାତ୍ରରେ ଛତ୍ରପୁର ଥାନା ଅଧିନ ଉଜ୍ଜଳେଶ୍ୱରୀ ମନ୍ଦିର ଓ ଚମାଖଣ୍ଡି ଥାନା ଅଧିନ କଣମଣା ଗ୍ରାମରେ ଥିବା ମା’ କନକ ଦୁର୍ଗାଙ୍କ ମନ୍ଦିରରୁ ଚୋରି ହୋଇଥିଲା। ଏନେଇ ଆଜି ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ଚମାଖଣ୍ଡି ଥାନା ଚନ୍ଦ୍ରପଡା ଗ୍ରାମର ଅମିତ ପ୍ରଧାନ, ରୁଦ୍ର ପ୍ରଧାନ, ଟୁକୁନା ପ୍ରଧାନ, ଦାସ ପ୍ରଧାନ, ରଘୁ ପ୍ରଧାନ ଓ ଦେବରାଜ ପ୍ରଧାନ । ସେମାନଙ୍କ ଠାରୁ ଗୋଟିଏ ସାନ ରୁପା ମୁକୁଟ, ଦୁଇ ଗୋଟି ବଡ ରୁପା ମୁକୁଟ, ଗୋଟିଏ ଷ୍ଟିଲ ହୁଣ୍ଡି, ଏକ ହଜାର ଟଙ୍କା ଓ ଏକ ବାଇକ ଜବତ କରାଯାଇଛି । ସୂଚନାଥାଉ କି, ଛତ୍ରପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ପାଶ୍ୱରେ ଥିବା ଉଜ୍ଜଳେଶ୍ୱରୀ ମନ୍ଦିରରୁ ପୂଜକଙ୍କୁ ଆକ୍ରମଣ କରିବା ସହିତ ମା’ଙ୍କ ମୁକୁଟ ଓ ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ନେଇ ଛତ୍ରପୁର ଥାନାରେ ଅଭିଯୋଗ ହୋଇଥିଲା । ସେହିପରି ଚମାଖଣ୍ଡି ଥାନା ଅଧିନ କଣମଣା ଗ୍ରାମରେ ଥିବା ମା’ କନକ ଦୁର୍ଗାଙ୍କ ମନ୍ଦିରରୁ ମଧ୍ୟ କିଛି ଦୁର୍ବୃତ୍ତ ଚୋରି କରିଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଆଧାର କରି ଛତ୍ରପୁର ଥାନାରେ ୪୫୩ ଓ ଚମାଖଣ୍ଡି ଥାନାରେ ୩୨୭ ପ୍ରକାରେ ୨ଟି ମାମଲା ରୁଜୁ କରାଯାଇଥିଲା। ପରେ ଛତ୍ରପୁର ଥାନା ଓ ଚମାଖଣ୍ଡି ଥାନା ପୋଲିସକୁ ନେଇ ଏକ ଟିମ ଗଠନ କରାଯାଇ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଛତ୍ରପୁର ଏସଡିପିଓ ଘଡେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ସମୟରେ ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?