ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା ପୋଲିସ । ଗତ ୩୦ ତାରିଖ ଦିନ ଗଇଁତଲା ଗିରିଗୋବର୍ଦ୍ଧନ ମନ୍ଦିର ନିକଟରୁ ଲେପଟା ଗାଁର ଆକାଶ ମାଝୀଙ୍କ ବାଇକ ଚୋରି ହୋଇଥିଲା । ଆକାଶ ଏନେଇ ପୁଇଁତଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ପୋଲିସ ସିସିଟିଭି କ୍ୟାମେରା ଯାଞ୍ଚ କରି ବେଲବାହାଲି ଗାଁର ବାଇକ ଚୋର ମୁକେଶ ରାଉତକୁ ଗିରଫ କରିଥିଲା । ତାର ସହଯୋଗୀ ଅନ୍ୟ ଦୁଇଜଣ ଚୋର ଫେରାର୍‌ ମାରିଛନ୍ତି । ପୋଲିସ ଚୋରି ବାଇକକୁ କିଣିଥିବା ସୋନପୁର ଜିଲା ବିନିକା ଥାନା ତିଳେଇମାଲ ଗାଁର ଝଣ୍ଟୁ କୁମ୍ଭାର ଏବଂ ଶୁଶାନ୍ତ ବଗର୍ତ୍ତିଙ୍କୁ ଗିରଫ କରିଛି । ଚୋରମାନଙ୍କ ଠାରୁ ଆଠଟି ଚୋରି ବାଇକ ଉଦ୍ଧାର କରିଛି ପୁଇଁତଳା ପୋଲିସ। ମାଷ୍ଟର କି ମାଧ୍ୟମରେ ଚାବି ଖୋଲି ବାଇକ ଚୋରି କରୁଥିଲେ ଚୋରମାନେ । ଚୋରି ବାଇକକୁ କମ୍‌ ଦାମରେ ବିଭିନ୍ନ ଲୋକଙ୍କୁ ବିକ୍ରି କରୁଥିଲେ । ତେଣୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ମଧ୍ୟ ଗିରଫ କରି କୋର୍ଟଚାଲାଣ କରିଥିବା ପୁଇଁନ୍ତଳା ଥାନାରେ ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?