ମହିଳା ଗ୍ୟାଙ୍ଗକୁ ଧରିଲା ପୋଲିସ: ସୁନା ମାଳ ଗୁନ୍ଥିବା ନାଁରେ କରୁଥିଲେ ଲୁଟ୍‌

ପରଜଙ୍ଗ,୧୫।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରୁ ଏକ ବଡ଼ ଧରଣର ସୁନା ଚୋରି ମହିଳା ଗ୍ୟାଙ୍ଗକୁ ସ୍ଥାନୀୟ ଲୋକେ ଧରି ପରଜଙ୍ଗ ପୋଲିସକୁ ହସ୍ତାନ୍ତର କରିଛନ୍ତି । ଛତିଶଗଡରୁ ଆସି ଓଡ଼ିଶାର ବିଭିନ୍ନ ଅଂଚଳକୁ ଯାଇ କରୁଥିଲେ ସୁନା ଅଳଙ୍କାର ଲୁଟ। ଏପରିକି ପରଜଙ୍ଗ ଗାଁର ଅନିତା ଗଡ଼ନାୟକଙ୍କର ଏକ ସୁନା ମାଳକୁ ଗୁନ୍ଥିବା ପାଇଁ ନେଇ ଅସଲି ସୁନା ବଦଳରେ ନକଲି ସୁନା ମାଳ ଦେଇ ପଳାଉଥିଲେ ମହିଳା ଚୋର ଗ୍ୟାଙ୍ଗ। ଯାହାକୁ ନେଇ ଅନିତାଙ୍କର ସନ୍ଦେହଜାତ ହେବାରୁ ସେ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଆଉ ଏସବୁ ଭିତରେ ସାମ୍ନାକୁ ଆସିଛି ସୁନା ମାଳ ଗୁନ୍ଥିବା ନାଁରେ କିପରି ମହିଳାମାନେ ସୁନା ଅଳଙ୍କାର ଲୁଟ କରୁଥିଲେ। ଯାହାକୁ ନେଇ ଅଭିଯୋଗ ପରେ ଛତିଶଗଡର ୪ ଜଣ ମହିଳାଙ୍କୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଦେଇଛି ପରଜଙ୍ଗ ପୋଲିସ। ସେପଟେ ଏପରି ଅଚିହ୍ନା ଅଜଣା ଲୋକଙ୍କଠାରୁ ଦୁରେଇ ରହିବାକୁ ପୋଲିସ ପକ୍ଷରୁ ନିବେଦନ କରାଯାଇଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri