ବଳାତ୍କାର ଅଭିଯୋଗରେ Mumbai Indiansର ପୂର୍ବତନ ଖେଳାଳିଙ୍କୁ ବାନ୍ଧିଲା ପୋଲିସ: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୫: ପୂର୍ବତନ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟର ଶିବାଲିକ ଶର୍ମାଙ୍କୁ ରାଜସ୍ଥାନର ଯୋଧପୁରର କୁଡି ଭଗତସୁନି ହାଉସିଂ ବୋର୍ଡ ପୋଲିସ ଗିରଫ କରିଛି। ଏହି ପୂର୍ବତନ IPL କ୍ରିକେଟରଙ୍କ ଉପରେ ତାଙ୍କର ଜଣେ ବନ୍ଧୁ ବଳାତ୍କାରର ଅଭିଯୋଗ ଆଣିଛନ୍ତି। ତାଙ୍କ ବିରୋଧରେ ଏହି ଅଭିଯୋଗ ଆଣିଥିବା ଯୁବତୀ ମଧ୍ୟ ତାଙ୍କ ସହିତ ନିର୍ବନ୍ଧ ହୋଇଥିବା ଜଣାପଡ଼ିଛି।

କ୍ରିକେଟର ଶିବାଲିକ ଶର୍ମା ଏବଂ ଅଭିଯୋଗ ଆଣିଥିବା ଯୁବତୀ ଇନଷ୍ଟାଗ୍ରାମ ମାଧ୍ୟମରେ ବନ୍ଧୁ ହୋଇଥିଲେ। ଏହା ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ପ୍ରେମରେ ପରିଣତ ହୋଇଥିଲା। ଏହି ସମୟ ମଧ୍ୟରେ, ଶିବାଲିକ ତାଙ୍କୁ ଭେଟିବା ପାଇଁ ଅନେକ ଥର ଯୋଧପୁର ମଧ୍ୟ ଯାଇଥିଲେ। କ୍ରିକେଟର ଜଣକ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ଏବଂ ଦୁହଁିଙ୍କ ନିର୍ବନ୍ଧ ମଧ୍ୟ ହୋଇଥିଲା। ଯୁବତୀ ଅଭିଯୋଗ କରିଛନ୍ତି ଯେ, ଶିବାଲିକ ତାଙ୍କୁ ବିବାହ ପାଇଁ ବାରମ୍ବାର ପ୍ରତାରିତ କରୁଥିଲେ ଏବଂ ତାଙ୍କ ସହିତ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିଲେ। ପ୍ରାୟ ଗୋଟିଏ ବର୍ଷ ଏକାଠି ରହିବା ପରେ, ଶିବାଲିକଙ୍କ ପରିବାର ତାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ।

ପରେ ଯୁବତୀ କୁଡି ଥାନାରେ ଶିବାଲିକ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିଲା। ଏହି ଗମ୍ଭୀର ଅଭିଯୋଗ ପରେ, ଭଡୋଦରାର ଅଟଲାଦରା ଥାନା ଅଞ୍ଚଳରୁ ଶିବାଲିକଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ଯୋଧପୁର କୋର୍ଟରେ ହାଜର କରାଯାଇଥିଲା, ପରେ ତାଙ୍କୁ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଥିଲା।

ଗତ ବର୍ଷ (୨୦୨୪) ଆଇପିଏଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଶିବାଲିକ ଶର୍ମାଙ୍କୁ ସାମିଲ କରାଯାଇଥିଲା। ତାଙ୍କୁ ୨୦ ଲକ୍ଷ ଟଙ୍କାରେ କିଣାଯାଇଥିଲା, ଯଦିଓ ସେ ଗୋଟିଏ ବି ମ୍ୟାଚ ଖେଳିପାରି ନ ଥିଲେ। IPL 2025ରେ ସେ କୌଣସି ଦଳର ଅଂଶ ନାହାନ୍ତି।

ଘରୋଇ ଟର୍ନାମେଣ୍ଟରେ ବରୋଦା କ୍ରିକେଟ ଦଳ ପାଇଁ ଖେଳିଥିବା ଶିବାଲିକ ୧୮ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୧୦୮୭ ରନ କରିଥିଲେ। ଏଠାରେ ସେ ୩ ଶତକ ଏବଂ ୫ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ସେ ଲିଷ୍ଟ ଏରେ ଖେଳାଯାଇଥିବା ୧୩ଟି ମ୍ୟାଚ୍‌ରେ ୩୨୨ ରନ କରିଥିଲେ। ସେ ୧୯ଟି ଟି-୨୦ ମ୍ୟାଚ ମଧ୍ୟ ଖେଳି ୩୪୯ ରନ କରିଥିଲେ। ସେ ଚଳିତ ବର୍ଷ ଜାନୁଆରୀରେ ରଣଜୀ ଟ୍ରଫିରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଜମ୍ମୁ ଏବଂ କଶ୍ମୀର ବିପକ୍ଷ ଏହି ମ୍ୟାଚ୍‌ରେ ସେ ୬୪ ଏବଂ ୧୮ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri