ପୂର୍ବତନ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରୁ ଗିରଫ କଲା ପୋଲିସ

ମାନିଲା,୧୧।୩: ଫିଲିପାଇନ୍ସର ପୂର୍ବତନ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେଙ୍କୁ ଗିରଫ କରାଯାଇଛି। ମାନବତା ବିରୋଧୀ ଅପରାଧ ମାମଲାରେ ଦୁତେର୍ତ୍ତେଙ୍କୁ ଗିରଫ କରାଯାଇଛି। ଅନ୍ତର୍ଜାତୀୟ ଅପରାଧ ଅଦାଲତ (ICC) ଗିରଫ ନିର୍ଦ୍ଦେଶ ଦେବା ପରେ ଫିଲିପାଇନ୍ସ ପୋଲିସ ମଙ୍ଗଳବାର ପୂର୍ବତନ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେଙ୍କୁ ମାନିଲା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରିଛି।

ଫିଲିପାଇନ୍ସ ସରକାର ପୂର୍ବତନ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେଙ୍କ ଗିରଫଦାରୀ ସମ୍ପର୍କରେ ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ ଅପରାଧ ଅଦାଲତ ଡୁଟେର୍ଟେଙ୍କ ବିରୋଧରେ ୱାରେଣ୍ଟ ଜାରି କରିଥିଲା। ଏହା ପରେ, ତାଙ୍କୁ ଗିରଫ କରାଯାଇଥିଲା।

ଅନ୍ତର୍ଜାତୀୟ ଅପରାଧ ଅଦାଲତର ମୁଖ୍ୟାଳୟ ନେଦରଲାଣ୍ଡର ରାଜଧାନୀ ହେଗରେ ରହିଛି। ଏହି କୋର୍ଟ ୨୦୦୨ ମସିହାରେ ଉଦଘାଟନ ହୋଇଥିଲା। କିଛି ପରିସ୍ଥିତିରେ ନରସଂହାର, ମାନବତା ବିରୋଧୀ ଅପରାଧ ଏବଂ ଯୁଦ୍ଧ ଅପରାଧ ଭଳି ଅପରାଧ ପାଇଁ ବ୍ୟକ୍ତିବିଶେଷଙ୍କ ତଦନ୍ତ ଏବଂ ଦଣ୍ଡବିଧାନ କରିବାର କ୍ଷମତା ଅନ୍ତର୍ଜାତୀୟ ଅପରାଧ ଅଦାଲତର ଅଛି।

ଫିଲିପାଇନ୍ସ ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସଙ୍କ କାର୍ଯ୍ୟାଳୟରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, ହଂକଂରୁ ପହଞ୍ଚିବା ପରେ ଡୁଟେର୍ଟେଙ୍କୁ ଗିରଫ କରାଯାଇଥିଲା ଏବଂ ଅନ୍ତର୍ଜାତୀୟ ଅପରାଧ ଅଦାଲତର ନିର୍ଦ୍ଦେଶ ଅନୁଯାୟୀ ପୋଲିସ ତାଙ୍କୁ ଅଟକ ରଖିଛି। ପୂର୍ବତନ ରାଷ୍ଟ୍ରପତିଙ୍କ ଅବୈଧ ନିଶାଦ୍ରବ୍ୟ ବିରୋଧରେ କାର୍ଯ୍ୟାନୁଷ୍ଠାନର ଏକ ଅଂଶ ସ୍ବରୂପ ଅନ୍ତର୍ଜାତୀୟ ଅପରାଧ ଅଦାଲତ ଗଣହତ୍ୟାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?