ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ମୋଶା ମାଝୀ ଦୀର୍ଘ ଦିନରୁ ଗଞ୍ଜେଇ କାରବାର ସହିତ ସମ୍ପୃକ୍ତ ଥିଲେ। ଏହାର ବରିଷ୍ଠ ପ୍ରମାଣ ସଂଗ୍ରହ କରିବା ସହ ତାଙ୍କୁ ଗିରଫ କରିବା ପାଇଁ କିଛି ଦିନ ହେଲା ରା.ଉଦୟଗିରି ଏସଡ଼ିପିଓ ରାକେଶ କୁମାର ସାହୁ ଲାଗି ପଡ଼ିଥିଲେ। ଗୁରୁବାର ମୋହନା ମାଜିଷ୍ଟ୍ରେଟ ଚକ୍ରଧର ପାଢୀଙ୍କ ଉପସ୍ଥିତିରେ ୪୦ ଜଣିଆ ପୋଲିସ ସହିତ ମାଶା ମାଝୀଙ୍କ ବାସଭବନରେ ଚଢାଉ କରିଥିଲେ। ତାଙ୍କ ଘରୁ ଗୋଟିଏ ଧଳାରଙ୍ଗର ହୁଣ୍ଡାଇ ଭେନ୍ୟୁ କାର, ୫୫ଟି ନୂଆଁ ଓ ପୁରୁଣା ଏଟିଏମକାର୍ଡ଼, ୬ଟି ବ୍ୟାଙ୍କ ପାସ୍‌ବୁକ, ୫ଟି ଚେକ୍‌ବୁକ, ୬ଟି ଜମିପଟ୍ଟା, ୩ଟି ସ୍କେଚମ୍ୟାପ, ଗୋଟିଏ ଆଧାର କାର୍ଡ଼, ଗୋଟିଏ ପ୍ୟାନ୍‌ କାର୍ଡ଼ ସହିତ ଅମାପ ସମ୍ପତ୍ତିର ଅଧିକାରୀ ହୋଇଥିବା ଏସଡ଼ିପିଓ ସୂଚ଼ନା ଦେଇଛନ୍ତି । ମାଶା ମାଝୀ ବିଗତ ଦିନରେ ଅଡବା ଥାନା ଅଞ୍ଚଳରୁ ଜବତ ଗଞ୍ଜେଇରେ ସଂପୁକ୍ତ ଥିବା ସହ ଗଞ୍ଜେଇ ବ୍ୟବସାୟୀଙ୍କୁ ଘରକୁ ଡାକି ଆଶ୍ରୟ ଦେବା ଓ ସହାୟତା ପ୍ରଦାନ କରିବା, ସରକାରୀ ଜମିରେ କୋଠା ନିର୍ମାଣ କରିବା, ଗ୍ରାମବାସୀଙ୍କୁ ଏକାଠି କରି ବାହାର ସ୍ଥାନକୁ ଗଞ୍ଜେଇ ଚାଲାଣ କରିବା ଆଦି ସଙ୍ଗୀନ ଅଭିଯୋଗ ରହିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅଧିକା ତଥ୍ୟ ସଂଗ୍ରହ ପାଇଁ ଅଡ଼ବା ଥାନା ସବଇନିସପେକ୍ଟର ପି.କେ. ପରିଡା ତଦନ୍ତ ଚାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri