ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌ ନ ପିନ୍ଧି ରାସ୍ତାରେ ବୁଲୁଥିବା ଏକ ଛେଳିକୁ ପୋଲିସ ବାବୁ ବାନ୍ଧି ଥାନାକୁ ନେଇ ଯାଇଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଅନଓ୍ବରଗଞ୍ଜ ପୋଲିସ ଷ୍ଟେଶନର ସର୍କଲ ଅଫିସର ସୈଫୁଦ୍ଦିନ୍‌ ବେଗ୍‌ କହିଛନ୍ତି ଯେ, ଜଣେ ଯୁବକ ବିନା ମାସ୍କ୍‌ରେ ଛେଳିକୁ ଧରି ରାସ୍ତାରେ ବୁଲୁଥିଲେ। ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ସେ ଜରିମାନା ଭୟରେ ଦୌଡ଼ି ପଳାଇଥିଲେ। ତେଣୁ ତାଙ୍କୁ ବୁଦ୍ଧି ଶିଖାଇବା ପାଇଁ ପାଟ୍ରୋଲିଂ ଟିମ୍‌ ଛେଳିକୁ ଜିପ୍‌ରେ ବସାଇ ଷ୍ଟେଶନକୁ ଆଣିଥିଲୋ। ପରେ ଯୁବକ ଜଣକ ଷ୍ଟେଶନକୁ ଆସି ଜରିମାନା ଦେଇ ଛେଳିକୁ ଘରକୁ ନେଇଥିଲେ। ଷ୍ଟେଶନର ଅନ୍ୟ ଜଣେ କର୍ମଚାରୀ ମଜାରେ କହିଥିଲେ ଯେ, ଏବେ ଲୋକେ ପୋଷା କୁକୁରକୁ ମାସ୍କ୍‌ ପିନ୍ଧାଉଛନ୍ତି। ଏପରିସ୍ଥଳେ ପୋଷା ଛେଳି କାହିଁକି ମାସ୍କ୍‌ ନ ପିନ୍ଧିବ। କର୍ମଚାରୀଙ୍କ ଏହି ମଜାଳିଆ ମନ୍ତବ୍ୟ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିଚରା ଛେଳି ମାଲିକ ପାଇଁ ବନ୍ଧା ହୋଇ ଥାନାକୁ ଯାଇଥିବା ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri