ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁ ଙ୍କୁ ଗତ ରବିବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ଜଣଙ୍କୁ ବାନ୍ଧିଛି। ସେ ହେଲେ କ. ନୂଆଗାଁ ଥାନା ଯୁଆଙ୍ଗିଆ ଗ୍ରାମର ପିଣ୍ଟୁ ମଳିକ ବୋଲି ତଦନ୍ତକାରୀ ଅଧିକାରୀ ଲଷ୍ମୀ ମାଝୀ କହିଛନ୍ତି। ପିଣ୍ଟୁ ହେଉଛନ୍ତି ପୂର୍ବତନ ସରପଞ୍ଚ ତ୍ରିଲୋଚନଙ୍କ ଭାଣିଜୀ ଜ୍ୱାଇଁ। ସେ ଜମିବାଡ଼ିକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ କରିଥିବା ପୋଲିସ ତଦନ୍ତରୁ ଜାଣିପାରିଥିବା କହିଛି। ଏବେ ପର୍ଯ୍ୟନ୍ତ ଏହି ହତ୍ୟା ଉଦ୍ୟମରେ ଅନ୍ୟ ସହଯୋଗୀ ଫେରାର ରହିଛନ୍ତି। ତାଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ଘଟଣା ସମ୍ପର୍କରେ ପୋଲିସ ଏତଲା ଗ୍ରହଣ କରିି ମାମଲା (୧୮୩/୨୫) ରୁଜୁ କରିଥିଲା ଓ ତଦନ୍ତ ଚଳାଇଥିଲା। ସେହିପରି ହତ୍ୟା ଉଦ୍ୟମର ଶିକାର ହୋଇଥିବା ପୂର୍ବତନ ସରପଞ୍ଚ ତ୍ରିଲୋଚନ ଏମକେସିଜି ରେ ଚିକିତ୍ସିତ ହେଉଥିଲେ। ସେ ସୁସ୍ଥ ହୋଇ ଶୁକ୍ରବାର ସନ୍ଧ୍ୟାରେ ଫେରିଛନ୍ତି। ତେବେ ସେ ସିମନବାଡି ଅଞ୍ଚଳରେ ତାଙ୍କ ଦୂର ସମ୍ପର୍କୀୟଙ୍କ ଘରେ ଆଶ୍ରୟ ନେଇଛନ୍ତି ପୋଲିସ ତାଙ୍କ ବୟାନ ରେକର୍ଡ କରିବାକୁ ସନ୍ଧ୍ୟାରେ ପହଞ୍ଚିଥିଲେ। ତେବେ ସେ ବିଶ୍ରାମ ନେଇଥିବାରୁ ପୋଲିସ ଶନିବାର ତ୍ରିଲୋଚନଙ୍କ ବୟାନ ରେକର୍ଡ କରିବ ଏବଂ ତଦନ୍ତ ପ୍ରକ୍ରିୟାରେ ତ୍ରିଲୋଚନଙ୍କ ବୟାନ ଗୁରୁତ୍ୱ ବହନ କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri