ମୋବାଇଲ ଲୁଟେରାଙ୍କୁ ମାଡ଼ିବସିଲା ପୋଲିସ: ୧୩ ମୋବାଇଲ ଜବତ

ଦାରିଙ୍ଗବାଡି, ୧୭।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂରିୟା ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ କୁମାର ମାଝୀ କହିଛନ୍ତି। ପୋଲିସ ଗିରଫ ଯୁବକଠାରୁ ବିଭିନ୍ନ କମ୍ପାନୀର ନୂଆ ମୋବାଇଲ ୧୩ ଟି ଜବତ କରିବା ସହ ଚୋରିରେ ବ୍ୟବହୃତ ଫ୍ଲାସ, କଟର, ସ୍କ୍ର୍ୟୁ ଡ୍ରାଇଭେର ଏବଂ ଏକ ବ୍ୟାଗକୁ ପୋଲିସ ଜବତ କରିଛି। ମୋବାଇଲର ଦାମ ପ୍ରାୟ ୭୦ହଜାର ହେବ ବୋଲି ଡିଏସପି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ମେ ୨ରେ ଦାରିଙ୍ଗବାଡି ବଜାର ଉପରେ ରହିଥିବା ଏକ ମୋବାଇଲ ଦୋକାନରୁ ବିଳମ୍ବିତ ରାତିରେ ତାଲା କାଟି ମୋବାଇଲ ଚୋରି ହୋଇଯାଇଥିବା ୨୬ରେ ମୋବାଇଲ ଦୋକାନ ମାଲିକ ଅଜିତ କୁମାର ସାହୁ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଘଟଣାକୁ ଦାରିଙ୍ଗବାଡି ପୋଲିସ ଗୁରୁତର ସହ ନେବା ସହ ଘଟଣାକୁ ନିଜେ ଇନଚାର୍ଜ ଦାୟିତ୍ୱରେ ରହିଥିବା ଡିଏସପି କନକ କୁମାର ମାଝୀ ତଦନ୍ତ ଦାୟିତ୍ୱ ନେଇଥିଲେ। ତାଙ୍କୁ ଏ ଏସ ଆଇ ଶ୍ରୀନିବାସ ରେଡ୍ଡୀ, ଅର୍ଜୁନ ଶବର ତଦନ୍ତରେ ସହଯୋଗ କରିଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ସିସି କ୍ୟାମେରା ଓ ଫୋନ ଟ୍ରାକ କରି ସୂରିୟାଙ୍କୁ ଗିରଫ କରିବାରେ ସଫଳ ହୋଇଥିବା ଡିଏସପି ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା (୯୬/୨୫)ରୁଜୁ କରି ଘଟଣାର ଅଧିକା ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri