ମାଓବାଦୀ ହିଂସାରେ ସମ୍ପୃକ୍ତ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ମୋହନା,୧୩।୨୫( ମନ୍ମଥ ମିଶ୍ର ): ମାଓବାଦୀ ସମ୍ପୃକ୍ତି ମାମଲାରେ ଗଜପତି ଜିଲା ଅଡବା ଥାନା ନୁଆଁ ଖଜୁରୀପଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକଙ୍କୁ ପୋଲିସ ଗିରଫ କରିଛ । ଗିରଫ ଶିକ୍ଷକ ହେଲେ ପ୍ରତାପ କୁମାର ନାୟକ । ସେ ଗତ ୨୦୦୮ରେ ଉକ୍ତ ପ୍ରାଥମିକ ବିଦ୍ୟାଳୟରେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି । ଅଡବା ଥାନା ଅଧିକାରୀଙ୍କ ସୂଚନା ପ୍ରକାରେ ପ୍ରତାପ ପୂର୍ବରୁ ମାଓବାଦୀ ସଂଗଠନରେ ସାମିଲଥିଲେ । ସେତେବେଳେ ବିଭିନ୍ନ ସ୍ଥାନରେ ହୋଇଥିବା ମାଓବାଦୀ ହିଂସାକାଣ୍ଡରେ ସେ ସାମିଲ ଥିବା ନେଇ ଅଭିଯୋଗ ହୋଇଥିଲା । ୨୦୧୧ ମସିହାରେ ତାଙ୍କ ନାମରେ ମାଓବାଦୀ ହିଂସାକାଣ୍ଡ ନେଇ ୧୩୫/୧୧ ରେ ଅଡବା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲା ଆଧାରରେ ପ୍ରତାପଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା କହିଛନ୍ତ। ଅଡବା, ମୋହନା, ଆର.ଉଦୟଗିରି ଥାନା ଅଞ୍ଚଳରେ ଆହୁରି ଅନେକ ଶିକ୍ଷକଙ୍କ ନାମରେ ମାଓବାଦୀ ସମ୍ପୃକ୍ତି ଓ ଗଞ୍ଜେଇ ଚୋରା ଚାଲାଣ ମାମଲା ରହିଛି। ସେମାନଙ୍କୁ ତୁରନ୍ତ ଥାନାରେ ଆତ୍ମସମର୍ପଣ କରିବା ପାଇଁ କୁହାଯାଇଛି । ଏଥିସହ ବ୍ଲକ ଶିକ୍ଷାଧିକାରୀଙ୍କୁ ପୋଲିସ ପକ୍ଷରୁ ଚିଠି କରାଯାଇଛି । ଯଦି ସେମାନେ ଆତ୍ମସମର୍ପଣ ନ କରନ୍ତି ତେବେ ସେମାନେ ଯେଉଁଠି ଥିଲେ ମଧ୍ୟ ଗିରଫ କରାଯିବ ବୋଲି ଗଜପତି ଏସ୍‌ପି ସୂଚନା ଦେଇଛନ୍ତି। ଅପରପକ୍ଷେ ଏହି ସମ୍ପର୍କରେ ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ ନରେନ୍ଦ୍ର ବେହେରା କହିଛନ୍ତି, ମୋ ପାଖକୁ କୌଣସି ଚିଠି ଏ ଯାବତ ଆସିନାହିଁ ଯଦି କୌଣସି ଶିକ୍ଷକ ନାମରେ ଥାନା ପକ୍ଷରୁ ଚିଠି ଆସେ ତେବେ ସରକାରୀ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri