ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, ପୀଡ଼ିତାଙ୍କ ବୟାନ ରେକର୍ଡ ସହ ଡାକ୍ତରୀ ମାଇନା

ମହାକାଳପଡ଼ା,୧୦ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ୩୯ ବର୍ଷିଆ ମହିଳାଙ୍କୁ ବତିଘର ଅଞ୍ଚଳର ଶିକ୍ଷକ ବଳାତ୍କାର କରିଥିବା ବୁଧବାର ଅଭିଯୋଗ ହୋଇଛି। ସରକାରୀ ଶିକ୍ଷକ ଜଣକ ହେଲେ ରଞ୍ଜିତ ମଣ୍ଡଳ। ଅଭିଯୋଗକୁ ଭିତ୍ତିକରି ପୋଲିସ ରଞ୍ଜିତଙ୍କୁ ଉଠାଇ ନେଇଛି। ଅପରପକ୍ଷେ ବୁଧବାର ମହାକାଳପଡ଼ା ଥାନା ମହିଳା ତଦନ୍ତ ଅଧିକାରୀ ଭାରତୀୟ ନ୍ୟାୟ ସଂହିତା ଧାରା ୧୮୦ ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ଅପରାହ୍ନରେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇଛି। ଗୁରୁବାର କେନ୍ଦ୍ରାପଡ଼ା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ କୋର୍ଟରେ ଭାରତୀୟ ନ୍ୟାୟ ସଂହିତା ୧୮୩ ଧାରା ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏ ନେଇ ପୋଲିସ ଶିକ୍ଷକଙ୍କ ବିରୋଧରେ ନଂ. ୧୩୯/୨୫ରେ ଏକ ମାମଲା ରୁଜୁ କରିଛି। ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ପୀଡ଼ିତା ମହିଳାଙ୍କୁ କେନ୍ଦ୍ରାପଡ଼ା ସର୍ଟଷ୍ଟେ ହୋମ୍‌ରେ ଅବସ୍ଥାନ କରାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପଚାରିବାରେ ମହିଳାଙ୍କ ଅଭିଯୋଗ ମୁତାବକ ଶିକ୍ଷକ ଜଣକ ତାଙ୍କୁ ପାରାଦୀପ ନେଇ ବଳାତ୍କାର କରିଥିବା ଦର୍ଶାଇଛନ୍ତି। ତାହାକୁ ଭିତ୍ତିକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କୁ ପଚାରିବାରେ ଉକ୍ତ ଶିକ୍ଷକଙ୍କ ବିରୋଧରେ ଅଭିଯୋଗ ମିଳିନି। ଅଭିଯୋଗ ମିଳିଲେ ସରକାରୀ ବ୍ୟବସ୍ଥା ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri