ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, ପୀଡ଼ିତାଙ୍କ ବୟାନ ରେକର୍ଡ ସହ ଡାକ୍ତରୀ ମାଇନା

ମହାକାଳପଡ଼ା,୧୦ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ଜଣେ ୩୯ ବର୍ଷିଆ ମହିଳାଙ୍କୁ ବତିଘର ଅଞ୍ଚଳର ଶିକ୍ଷକ ବଳାତ୍କାର କରିଥିବା ବୁଧବାର ଅଭିଯୋଗ ହୋଇଛି। ସରକାରୀ ଶିକ୍ଷକ ଜଣକ ହେଲେ ରଞ୍ଜିତ ମଣ୍ଡଳ। ଅଭିଯୋଗକୁ ଭିତ୍ତିକରି ପୋଲିସ ରଞ୍ଜିତଙ୍କୁ ଉଠାଇ ନେଇଛି। ଅପରପକ୍ଷେ ବୁଧବାର ମହାକାଳପଡ଼ା ଥାନା ମହିଳା ତଦନ୍ତ ଅଧିକାରୀ ଭାରତୀୟ ନ୍ୟାୟ ସଂହିତା ଧାରା ୧୮୦ ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ଅପରାହ୍ନରେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇଛି। ଗୁରୁବାର କେନ୍ଦ୍ରାପଡ଼ା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ କୋର୍ଟରେ ଭାରତୀୟ ନ୍ୟାୟ ସଂହିତା ୧୮୩ ଧାରା ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏ ନେଇ ପୋଲିସ ଶିକ୍ଷକଙ୍କ ବିରୋଧରେ ନଂ. ୧୩୯/୨୫ରେ ଏକ ମାମଲା ରୁଜୁ କରିଛି। ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ପୀଡ଼ିତା ମହିଳାଙ୍କୁ କେନ୍ଦ୍ରାପଡ଼ା ସର୍ଟଷ୍ଟେ ହୋମ୍‌ରେ ଅବସ୍ଥାନ କରାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପଚାରିବାରେ ମହିଳାଙ୍କ ଅଭିଯୋଗ ମୁତାବକ ଶିକ୍ଷକ ଜଣକ ତାଙ୍କୁ ପାରାଦୀପ ନେଇ ବଳାତ୍କାର କରିଥିବା ଦର୍ଶାଇଛନ୍ତି। ତାହାକୁ ଭିତ୍ତିକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କୁ ପଚାରିବାରେ ଉକ୍ତ ଶିକ୍ଷକଙ୍କ ବିରୋଧରେ ଅଭିଯୋଗ ମିଳିନି। ଅଭିଯୋଗ ମିଳିଲେ ସରକାରୀ ବ୍ୟବସ୍ଥା ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri