ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଶଙ୍କରଖାଳି ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଗ୍ରାମର ପ୍ରମୋଦ ସାହୁ(୪୦) ଏକ ଜରି ବ୍ୟାଗ ଧରି ରାସ୍ତାରେ ସନ୍ଦେହଜନକ ଭାବେ ଯାଉଥିବା ବେଳେ ଅବକାରୀ କର୍ମଚାରୀ ବୃନ୍ଦ ତାଙ୍କୁ ଅଟକାଇ ଖାନତଲାସି କରିବାରୁ ସେଥିରେ ବହୁ ସଂଖ୍ୟକ ବିଦେଶୀ ମଦ ବୋତଲ ଥିବା ଜଣାପଡ଼ିଥିଲା। ଘଟଣାସ୍ଥଳରେ ଜବତ ତାଲିକା ପ୍ରସ୍ତୁତ କରାଯାଇ ମାପଚୁପ କରିବାରୁ କେବଳ ଓଡ଼ିଶାରେ ବିକ୍ରୟ ପାଇଁ ଉଦ୍ଦିଷ୍ଟ ଲେଖାଥିବା ୧୪ଟି ହଣ୍ଟର ବିଦେଶୀ ମଦ ବୋତଲରେ ୭ ଲିଟର ବିଦେଶୀ ମଦ ଥିବା ଜଣାପଡ଼ିଥିଲା। ତାଙ୍କୁ ପଚରାଉଚରା କରିବାରୁ ସେ ଗ୍ରାମରେ ବେଆଇନ ଭାବେ ମଦ ବିକ୍ରି କରୁଥିବା ସ୍ବୀକାର କରିଥିଲେ। ଅବକାରୀ କର୍ମଚାରୀ ବୃନ୍ଦ ତାଙ୍କୁ ଗିରଫ କରି ଦିଗପହଣ୍ଡି ଅବକାରୀ ଥାନାକୁ ଆଣିଥିଲେ। ଅବକାରୀ କେସ୍ ନଂ ନଂ.୧୦୯/୨୬- ୨୭ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଅବକାରୀ ଏଏସ୍ଆଇ କହିଛନ୍ତି।

