ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ ପୋଲିସ ଅଟକ ରଖିବା ପରେ ନୋଟିସ ଦେଇ ଛାଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ହୀରାକୁଦ ଜଳଭଣ୍ଡାରର ଦକ୍ଷିଣ ଡାଇକ ସାର୍ବଜନୀନ ରାସ୍ତା ଅବରୋଧ କରି ଓ ଟ୍ରାଫିକ ସମସ୍ୟା ସୃଷ୍ଟି କରି ଏକାଧିକ କାର୍‌ ଷ୍ଟଣ୍ଟ କରୁଥିବା ଭିଡିଓକୁ କାରରେ ଥିବା ଯୁବକମାନେ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏଥିରେ ଯୁବକ ମାନେ କାର ଝରକାରୁ ବାହାରି ଷ୍ଟଣ୍ଟ କରୁଥୁଲେ। କିଏ ଚଳନ୍ତା କରର ଛାତରେ ବସି ସିଗାରେଟ ଟାଣୁଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା। ଏହି ଭିଡିଓ ଆଧାରରେ ବୁର୍ଲା ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଉକ୍ତ ଦୁଇଟି କାର୍‌ ଯଥାକ୍ରମେ (ଓଡି-୧୫-ଏନ-୦୪୦୪ ଏବଂ ୟୁପି-୭୦-ଏଚୱାଇ-୨୬୯୪)କୁ ଜବତ କରି କାର ଚାଳକ ଦ୍ବୟଙ୍କ ସହ କାରରେ ଥିବା ସମସ୍ତ ୭ ଯୁବକଙ୍କୁ ପ୍ରଥମେ ଅଟକ ରଖିଥିଲା। ତେବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଅନ୍ୟ କାର୍‌ ସହ କେତେକ ଯୁବକ ଫେରାର ହୋଇଯାଇଛନ୍ତି। ଏହାକୁ ନେଇ ବୁର୍ଲା ଥାନାରେ କେସ ନମ୍ବର ୫୬/୧୦୨୬ରେ ଏମଭି ଆଇନରେ ଏକ ମାମଲା ରୁଜୁ କରିଛି। ପରେ ଉକ୍ତ ଯୁବକମାନଙ୍କୁ ନୋଟିସ ଜାରି କରି ଶନିବାର ଛାଡ଼ିଥିବା ଜଣାପଡ଼ିଛି। ଅପରପକ୍ଷରେ ଅନ୍ୟମାନଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri