ବେଆଇନ ମଦ, ସଟ୍ଟା କାରବାର ଉପରେ ଚଢ଼ାଉ: ୧୧ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼ା,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ, ସଦର ଏବଂ ଗ୍ରାମାଞ୍ଚଳ ଥାନା ପୋଲିସ ବେଆଇନ ମଦ ଏବଂ ସଟ୍ଟା କାରବାର ଉପରେ ଚଢ଼ାଉ କରିଛି। ଚଢ଼ାଉରେ ୧୧ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ପାଖରୁ ନଗଦ ବିପୁଳ ଟଙ୍କା ସହିତ ମଦ, ତାସ, କାଲକୁଲେଟର, ମୋବାଇଲ ଆଦି ଜବତ ହୋଇଛି। ଏ ନେଇ ବରଗଡ଼ ଗ୍ରାମାଞ୍ଚଳ ଥାନା, ଟାଉନ ଥାନା ଏବଂ ସଦର ଥାନାରେ ପୃଥକ ଭାବେ ମାମଲା ରୁଜୁ ହୋଇଛି। ଗିରଫମାନଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ପୋଲିସ ସୂଚନା ଦେଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ୪ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ସୁରେନ୍ଦ୍ର ଶିକା, ଭରତ ତାଣ୍ଡି, ସଦାଶିବ ସୁନା ଏବଂ ଗୋପାଳ ସାହୁ। ସେମାନଙ୍କ ପାଖରୁ ନଗଦ ୧୩ହଜାର ୯୩୦ ଟଙ୍କା, ୨ମୋବାଇଲ, ୨ କାଲକୁଲେଟର ଏବଂ ସଟ୍ଟାଚିଟ୍‌ ଜବତ ହୋଇଛି। ସେହିପରି ବରଗଡ଼ ଟାଉନ ଥାନା ପୋଲିସ ମହେଶ୍ୱର ନାଏକ, ଜିତେନ୍ଦ୍ରୀୟ ଝଙ୍କିୟା, ଅଭିମନ୍ୟୁ ବରିହା ଏବଂ ସୁନିଲ କୁମ୍ଭାରଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ନଗଦ ୬୮୧୦ ଟଙ୍କା, ୨ମୋବାଇଲ, ୨ କାଲକୁଲେଟର, ସଟ୍ଟାଚିଟ୍‌ ଜବତ ହୋଇଛି। ସେହିପରି ବରଗଡ଼ ସଦର ଥାନା ପୋଲିସ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, କାହ୍ନୁ ନାଏକ, ସୁଖଲାଲ ସେଠ ଏବଂ ସରୋଜ ବାରିକ। ସେମାନଙ୍କ ପାଖରୁ ନଗଦ ୫୧୦୦ ଟଙ୍କା, ଗୋଟିଏ ମୋବାଇଲ, ଗୋଟିଏ କାଲକୁଲେଟର ଏବଂ ସଟ୍ଟାଚିଟ୍‌ ଜବତ ହୋଇଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?