ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର ଜମିଜମା ବିବାଦକୁ ନେଇ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ଆହାତ ହୋଇଥିବା ବ୍ୟକ୍ତିମାନେ ହେଲେ ଭାଗିରଥି ମହାନ୍ତି(୫୫), ଗୋପାଳ ମହାନ୍ତି(୪୦) କାହ୍ନୁ ମହାନ୍ତି(୨୮) ଓ ଅମ୍ବିକା ପାଣିଗ୍ରାହୀ(୩୦) ବୋଲି ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଦ୍ଧାରକରି ପ୍ରଥମେ ପୁରୁଷୋତ୍ତମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ସେଠାରୁ ବ୍ରହ୍ମପୁର ବଡ ମେଡିକାଲ ଓ ପରେ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଏହାକୁ ନେଇ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ କହିଛନ୍ତି, ଆକ୍ରମଣର ଶିକାର ହୋଇଥିବା ଉଭୟ ପରିବାର ସମ୍ପର୍କିୟ ପରିବାର ଅଟନ୍ତି । ଆହାତଙ୍କ ପକ୍ଷରୁ ବାବୁଚରଣ ମହାନ୍ତି ପୋଲିସରେ ଅଭିଯୋଗ କରିଛନ୍ତି, ତାଙ୍କ ବାପାଙ୍କ ଶୁଦ୍ଧ କାର୍ଯ୍ୟକୁ ନେଇ ପରିବାରଲୋକେ ଘରବାରଣ୍ଡାରେ ବସି କଥା ହେଉଥିବାବେଳେ ସେହି ଗ୍ରାମର ପାଧା ଓରଫ ଶାନ୍ତନୁ ମହାନ୍ତି(୩୩), କାଳିଆ ଓରଫ ସାଧୁମହାନ୍ତି(୨୯),କର୍ଣ୍ଣ ମହାନ୍ତି (୬୫) ଓ ସୁମତି ମହାନ୍ତି ହଟାତ ଖଣ୍ଡାକାତି ଠେଙ୍ଗା ଆଦି ମାରଣାଅସ୍ତ୍ର ଧରିଆସି ହାଣି ଆକ୍ରମଣ କରିଥିଲେ। ଏହାକୁ ନେଇ ଥାନା କେସ୍‌ ନଂ ୫୭୯/୨୫ ପ୍ରକାରେ ଘଟଣାର ତଦନ୍ତକରି ଅଭିଯୁକ୍ତ ବାପ ପୁଅ ତିନିଜଣଙ୍କୁ ଗିରଫକରି କୋର୍ଟଚାଲାଣ କରାଯାଇଥିବା ବେଳେ ତଦନ୍ତ ଚାଲିଛି ବୋଲି ଏସଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri