Posted inଜାତୀୟ

୩୨ ବିଧାୟକ-୭୦ କାଉନସିଲରଙ୍କୁ ଗିରଫ କରିଛି ପୋଲିସ: ଏଏପିର ଅଭିଯୋଗ…

ନୂଆଦିଲ୍ଲୀ,୧୬।୪ : ଏକ୍ସାଇଜ ସ୍କାମ ମାମଲାରେ ପଚରାଉଚରା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରବିବାର ସିବିଆଇ ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି ମାମଲାରେ ସିବିଆଇର ପଚରାଉଚରା ତିନି ଘଣ୍ଟାରୁ ଅଧିକ ସମୟ ଧରି ଚାଲିଛି।

ଏହାପୂର୍ବରୁ ସିବିଆଇ ପ୍ରଶ୍ନ ପଚରାଯିବା ସହ ତାଙ୍କୁ ଗିରଫ କରାଯିବା ପରେ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ କହିଥିଲେ ଯାହା  ପଚରାଯିବ ଆମେ ଉତ୍ତର ଦେବୁ। ଭାଜପା ଲୋକମାନେ କହୁଛନ୍ତି ଯେ ଭାଜପା ସିବିଆଇକୁ ନିୟନ୍ତ୍ରଣ କରୁଛି।

କେଜରିୱାଲଙ୍କୁ ପଚରାଉଚରା ବିରୋଧରେ କଶ୍ମୀର ଗେଟ ସମ୍ମୁଖରେ ବିରୋଧ କରୁଥିବା ଏଏପି କର୍ମୀଙ୍କୁ ପୋଲିସ ଅଟକ ରଖିଥିଲା। ଏହା ସହିତ ସିବିଆଇ ମୁଖ୍ୟାଳୟ ବ୍ୟତୀତ ପୋଲିସ ପ୍ରାୟ ସମଗ୍ର ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି।

ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟିର ରାଜ୍ୟସଭା ସଦସ୍ୟ ରାଘବ ଚଢ଼ା, ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂ, ପରିବହନ ମନ୍ତ୍ରୀ କୈଲାଶ ଗେହଲୋଟ, ମନ୍ତ୍ରୀ ରାଜକୁମାର ଆନନ୍ଦ, ମନ୍ତ୍ରୀ ଇମ୍ରାନ ହୁସେନ, ଶିକ୍ଷା ମନ୍ତ୍ରୀ ଅତିଶୀ, ମନ୍ତ୍ରୀ ସୌରଭ ଭରଦ୍ୱାଜ ଏବଂ ଦଳର ସାଧାରଣ ସଚିବ ସନ୍ଦୀପ ପଠକଙ୍କୁ ଗିରଫ କରିଛି।

ଦିଲ୍ଲୀ ସରକାରରେ ଆମ ଆଦମୀ ଦଳର ନେତା ତଥା କ୍ୟାବିନେଟ ମନ୍ତ୍ରୀ ଗୋପାଳ ରାୟ ଦାବି କରିଛନ୍ତି, ସିବିଆଇ ଦ୍ୱାରା କେଜରିୱାଲଙ୍କୁ ଡକାଯିବା କାରଣରୁ ଦିଲ୍ଲୀର ଲୋକଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ତାଙ୍କୁ ସମର୍ଥନରେ ବିରୋଧ କରୁଥିବା ୩୨ ଜଣ ବିଧାୟକ ଏବଂ ୭୦ ଜଣ କାଉନସିଲର ତଥା ଅନ୍ୟ ୧୫୦୦ ଜଣଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଆସୁଥିବା ୨୦ଜଣ ପଞ୍ଜାବ ବିଧାୟକଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି।

ଏଏପିର ନେତା ତଥା ଏମପି ସଞ୍ଜୟ ସିଂ କହିଛନ୍ତି, ଦେଶ ସାମ୍ନାରେ ଥିବା ବିଷୟ କେଜରିୱାଲଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିଥିବା ମଡେଲ ବିରୁଦ୍ଧରେ। ଭାଜପା ସରକାର ଜାଣିଶୁଣି ଏଭଳି କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri