Posted inଜାତୀୟ

୩୨ ବିଧାୟକ-୭୦ କାଉନସିଲରଙ୍କୁ ଗିରଫ କରିଛି ପୋଲିସ: ଏଏପିର ଅଭିଯୋଗ…

ନୂଆଦିଲ୍ଲୀ,୧୬।୪ : ଏକ୍ସାଇଜ ସ୍କାମ ମାମଲାରେ ପଚରାଉଚରା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରବିବାର ସିବିଆଇ ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି ମାମଲାରେ ସିବିଆଇର ପଚରାଉଚରା ତିନି ଘଣ୍ଟାରୁ ଅଧିକ ସମୟ ଧରି ଚାଲିଛି।

ଏହାପୂର୍ବରୁ ସିବିଆଇ ପ୍ରଶ୍ନ ପଚରାଯିବା ସହ ତାଙ୍କୁ ଗିରଫ କରାଯିବା ପରେ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ କହିଥିଲେ ଯାହା  ପଚରାଯିବ ଆମେ ଉତ୍ତର ଦେବୁ। ଭାଜପା ଲୋକମାନେ କହୁଛନ୍ତି ଯେ ଭାଜପା ସିବିଆଇକୁ ନିୟନ୍ତ୍ରଣ କରୁଛି।

କେଜରିୱାଲଙ୍କୁ ପଚରାଉଚରା ବିରୋଧରେ କଶ୍ମୀର ଗେଟ ସମ୍ମୁଖରେ ବିରୋଧ କରୁଥିବା ଏଏପି କର୍ମୀଙ୍କୁ ପୋଲିସ ଅଟକ ରଖିଥିଲା। ଏହା ସହିତ ସିବିଆଇ ମୁଖ୍ୟାଳୟ ବ୍ୟତୀତ ପୋଲିସ ପ୍ରାୟ ସମଗ୍ର ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି।

ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟିର ରାଜ୍ୟସଭା ସଦସ୍ୟ ରାଘବ ଚଢ଼ା, ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂ, ପରିବହନ ମନ୍ତ୍ରୀ କୈଲାଶ ଗେହଲୋଟ, ମନ୍ତ୍ରୀ ରାଜକୁମାର ଆନନ୍ଦ, ମନ୍ତ୍ରୀ ଇମ୍ରାନ ହୁସେନ, ଶିକ୍ଷା ମନ୍ତ୍ରୀ ଅତିଶୀ, ମନ୍ତ୍ରୀ ସୌରଭ ଭରଦ୍ୱାଜ ଏବଂ ଦଳର ସାଧାରଣ ସଚିବ ସନ୍ଦୀପ ପଠକଙ୍କୁ ଗିରଫ କରିଛି।

ଦିଲ୍ଲୀ ସରକାରରେ ଆମ ଆଦମୀ ଦଳର ନେତା ତଥା କ୍ୟାବିନେଟ ମନ୍ତ୍ରୀ ଗୋପାଳ ରାୟ ଦାବି କରିଛନ୍ତି, ସିବିଆଇ ଦ୍ୱାରା କେଜରିୱାଲଙ୍କୁ ଡକାଯିବା କାରଣରୁ ଦିଲ୍ଲୀର ଲୋକଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ତାଙ୍କୁ ସମର୍ଥନରେ ବିରୋଧ କରୁଥିବା ୩୨ ଜଣ ବିଧାୟକ ଏବଂ ୭୦ ଜଣ କାଉନସିଲର ତଥା ଅନ୍ୟ ୧୫୦୦ ଜଣଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଆସୁଥିବା ୨୦ଜଣ ପଞ୍ଜାବ ବିଧାୟକଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି।

ଏଏପିର ନେତା ତଥା ଏମପି ସଞ୍ଜୟ ସିଂ କହିଛନ୍ତି, ଦେଶ ସାମ୍ନାରେ ଥିବା ବିଷୟ କେଜରିୱାଲଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରିଥିବା ମଡେଲ ବିରୁଦ୍ଧରେ। ଭାଜପା ସରକାର ଜାଣିଶୁଣି ଏଭଳି କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri