ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ ମାମଲା ରୁଜୁ କରିବା ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏବେ ସେମାନଙ୍କଠାରୁ ସଂପୃକ୍ତ ଟ୍ରକ୍‌ ସମେତ ଦୁଇଟି କାର୍‌, ମୋବାଇଲ, ଓ ୧ ଲକ୍ଷ ୯୮ ହଜାର ୫୦୦ ଟଙ୍କା ଜବତ କରିଛି। ଅଭିଯୁକ୍ତ ହେଲେ କମଲ ଶେଖ,ସାହେବଗଞ୍ଜ,ଝାଡ଼ଖଣ୍ଡ, ଗଲିବ ହାସିମ, ଧର୍ମଶାଳା, ଯାଜପୁର, ବରଦା ବେହେରା ପଟାମୁଣ୍ଡାଇ, କେନ୍ଦ୍ରାପଡ଼ା, ରାକେଶ କୁମାର ପଣ୍ଡା, ବରୀ ଯାଜପୁର, ଶୁଭ୍ରାଂଶୁ ଶେଖର ମହାନ୍ତି ଟାଙ୍ଗୀ, କଟକ।

ସୂଚନାଯୋଗ୍ୟ, ଗତ ମାସ୨୯ ତାରିଖ ସକାଳେ ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳ ମଧ୍ୟରୁ ବିନା କାଗଜପତ୍ରରେ ଏକ ୧୬ ଚକିଆ ଟ୍ରକ୍‌ (ଓଡି୦୪କ୍ୟୁ-୭୩୬୩)ବାହରକୁ ବାହାରିଥିଲା। ଉକ୍ତ ବାହାର ଟ୍ରକ୍‌ ଉପରେ ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ କର୍ମକର୍ତ୍ତାଙ୍କ ସନ୍ଦେହ ହେବାରୁ ତାକୁ ଅଟକାଇ ଯାଞ୍ଚ କରିଥିଲେ। କାଗଜପତ୍ର ନ ଥିବାରୁ ପୋଲିସକୁ ଡାକି ହସ୍ତାନ୍ତର କରିଥିଲେ। ପୋଲିସ ଏହା ଯାଞ୍ଚ କରିବାରୁ ଅନେକ ବଡ଼ ଲୋକଙ୍କ ସଂପୃକ୍ତ ଥିବା ଯାଣି ପାରିଥିଲା। ଏପରିକି ପୋର୍ଟ ଗେଟ୍‌ ପାଖରେ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌)କିପରି ଛାଡିଲା ପ୍ରଶ୍ନ ଉଠିଥିଲା। ଏହି ଘଟଣାରେ ଜଣେ ସିଆଇଏସ୍‌ଏଫ୍‌ କନଷ୍ଟେବଳ ସସ୍‌ପେଣ୍ଡ ହୋଇଥିବା ଜଣାପଡିଛି। ଏହା ପ୍ରୟୋଜିତ ଭାବେ ବଡ଼ ରାକେଟ ଚାଲିଥିଲା ବୋଲି ଥାନାଧିକାରୀ ସୁଚିତ୍ରବୀର୍ଯ୍ୟ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri