ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୨୬୬୮୦ ଟଙ୍କା ଜବତ,୯ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨୪ା୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ମସିନ୍ତା ଡୁଙ୍ଗରୀ ପାହାଡ଼ରେ କୁକୁଡା ଲଢ଼େଇ ଏବଂ ଜୁଆଆଡ୍ଡା ଚାଲିଥିବା ସୂଚନା ପାଇ ବାରକୋଟ ଥାନା ପୋଲିସ ଚଢ଼ାଉ କରିଥିଲା। ଏହି ସମୟରେ ଘଟଣାସ୍ଥଳରୁ ୧୧ଟି ବାଇକ୍‌, ୨ କୁକୁଡା ଏବଂ ନଗଦ ୨୬୬୮୦ ଟଙ୍କା ଜବତ ହୋଇଥିବା ବେଳେ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା। ରବିବାର ବାରକୋଟ ଜେଏମ୍‌ଏଫ୍‌ସି କୋର୍ଟଚାଲାଣ କରାଯାଇଥିବା ବେଳେ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର ହୋଇଥିବା ନେଇ ରାତି ୧୦ ଟାରେ ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାନୁଯାୟ, ଉକ୍ତ ଅଞ୍ଚଳରେ ବାରକୋଟ ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବେଆଇନ ଭାବେ କୁକୁଡ଼ା ଲଢ଼େଇ ଏବଂ ଜୁଆଆଡ୍ଡା ଚାଲିଥିବା ପୋଲିସ ସୂଚନା ପାଇଥିଲା । ପରେ ବାରକୋଟ ଥାନା ଅଧିକାରୀ ଯାଜ୍ଞସେନୀ ପ୍ରଧାନଙ୍କ ନିର୍ଦ୍ଦେଶରେ ଚଢଉ କରାଯାଇଥିଲା। ପୋଲିସକୁ ଦେଖି ଘଟଣାସ୍ଥଳରୁ କିଛି ଅଭିଯୁକ୍ତ ଫେରାର ମାରିଥିବା ବେଳେ ୯ ଜଣଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଥିଲା। ସୁନ୍ଦରଗଡ଼ ଜିଲା ମହୁଲଡିହା ଥାନା ସଦରସ୍ଥିତ ସୁଶାନ୍ତ ସାହୁ(୩୨), ବାରକୋଟ ଥାନା ଆମ୍ବଗାଁର କେଶବ ନାୟକ (୪୫), ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ସବରା ଗାଁର କ୍ଷେତ୍ର କିଷାନ (୫୦) ଓ ପ୍ରତାପ ଧୀବର (୩୦), ଲହୁଣୀପଡ଼ା ଥାନା ଶଙ୍ଖପଶି ଗାଁର ଆନନ୍ଦ ମୁଣ୍ଡା (୩୮), ବଣେଇଗଡ଼ ଥାନା ସଦର ମହକୁମାର ପ୍ରତିମ କୁମାର ସାହୁ (୨୧), ବଣେଇଗଡ଼ ଥାନା କେନାଭେଟା ଗାଁର ସିପୁନ ପାତ୍ର (୨୪), ବଣେଇଗଡ଼ ଥାନା ଦେଓଗାଁର ମିରାଶଙ୍କର ସାହୁ (୨୮) ଏବଂ ଟାରଙ୍ଗପାଲି ଥାନା କାଠିର ଗାଁର ପାଣ୍ଡେ ସିଂ (୩୦) ପ୍ରମୁଖ ଗିରଫ ହୋଇଛନ୍ତି। ତେବେ ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ଜାମିନ ମଞ୍ଜୁର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?