ବାଇକ୍‌ ଚୋରି କରି ନେଇଥିଲେ, ନାଗାବଳୀ ପୋଲ ଉପରେ ଚଲାଉଥିବା ବେଳେ ମାଡ଼ି ବସିଲା ପୋଲିସ

ରାୟଗଡ଼ା, ୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଏପ୍ରିଲ ୨୮ ତାରିଖରେ ହୋଇଥିବା ଏକ ବାଇକ ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ଠାବ କରିଛି ଟାଉନ ଥାନା ପୋଲିସ । ଏଥିରେ ଜଣଙ୍କୁୁ ଗିରଫ କରିବା ସହିତ ଚୋରି ବାଇକ ମଧ୍ୟ ଜବତ କରାଯାଇଛି । ଗିରଫ ଜଣଙ୍କ ହେଲେ ନ୍ୟୁ କଲୋନୀ ତୃତୀୟ ଲେନର ପି.ସୁରେଶ(୨୫)।

ଘଟଣାରୁ ପ୍ରକାଶ ଯେ, ନ୍ୟୁ କଲୋନୀର ଜଣେ ବ୍ୟକ୍ତି ନିଜ ୟାମାହା ଆର-୧୫ ବାଇକ ନମ୍ବର(ଓଡି୧୮ଜେ୮୬୭୯) ଘର ସମ୍ମୁଖରେ ରଖି ଘର ଭିତରକୁ ଯାଇଥିଲେ। କିଛି ସମୟ ପରେ ବାହାରକୁ ଆସି ଦେଖିବା ବେଳେ ତାଙ୍କ ବାଇକ ସେଠାରେ ନ ଥିଲା । ବହୁ ଖୋଜାଖୋଜି ପରେ ମଧ୍ୟ ବାଇକ ନମିଳିବାରୁ ରାୟଗଡ଼ା ଟାଉନ ଥାନାରେ ଏତଲା ଦେଇଥିଲେ । ଉକ୍ତ ଏତଲାକୁ ଭିତ୍ତି କରି ପୋଲିସ କେସ ନଂ ୧୫୧ରେ ମାମଲା ରୁଜୁ କରି ଏସ୍‌ଆଇ ମନୋଜ ଜେନା ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ତଦନ୍ତ ବେଳେ ଶୁକ୍ରବାର ବିଶ୍ୱସ୍ତ ସୂତ୍ରରୁ ଉକ୍ତ ବାଇକକୁ ଜଣେ ଯୁବକ ଚେକାଗୁଡ଼ା ନିକଟସ୍ଥ ନାଗାବଳୀ ପୋଲ ନିକଟରେ ଚଲାଉଥିବା ନେଇ ସୂଚନା ପାଇଥିଲେ । ସୂଚନା ପାଇବା ପରେ ସେଠାରେ ପହଞ୍ଚି ବାଇକ ଜବତ କରିବା ସହିତ ସୁରେଶଙ୍କୁ ଗିରଫ କରିଥିଲେ । ଗିରଫ ସୁରେଶଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କେକେବିକେ କହଁର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri