ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗୋକର୍ଣ୍ଣପୁର ଗ୍ରାମର ଏସ. ସିମା ଦୋରାଙ୍କ ପୁଅ ଏସ. କୁନା ଓରଫ ଟୁନା ଦୋରା। ଥାନା ମାମଲା ନଂ.୨୩୧/୨୫ ଗିରଫ ଅଭିଯୁକ୍ତଙ୍କୁ ଦିଗପହଣ୍ଡି କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ଗତ କିଛିବର୍ଷ ହେଲା ଧାର ଟଙ୍କାର ସୁଧ ଫେରସ୍ତକୁ ନେଇ ଉଭୟ ମୁନା ଏବଂ କୁନାଙ୍କ ପରିବାର ମଧ୍ୟରେ ମନମାଳିନ୍ୟ ଲାଗି ରହିଥିଲା। ଟଙ୍କା ନ ଦେଲେ କୁନା ଅଭିଯୋଗକାରୀ ମୁନା ଓ ତାଙ୍କ ପରିବାରକୁ ଜୀବନରେ ମାରିଦେବାକୁ ଧମକ ଦେଉଥିଲେ। ଗତ ମଙ୍ଗଳବାର ଭୋର ସମୟରେ ମୁନାଙ୍କ ପରିବାରଲୋକେ ଘରେ ଶୋଇଥିବା ବେଳେ ଏକ ପ୍ରଚଣ୍ଡ ଶବ୍ଦ ଶୁଣା ଯାଇଥିଲା। ଏହା ଶୁଣି ମୁନା ବାହାରକୁ ଆସି ଦେଖିବା ମାତ୍ରେ ଏକ ଡିଟୋନେଟର ବ୍ୟାଟେରୀ, କିଛି ତାର ପଡିଥିବା ଦେଖିଥିଲେ। ଏଥିସହ ତାଙ୍କ କାନ୍ଥ ମଧ୍ୟ ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ପାଇଥିଲେ। ଘଟଣା ପରଦିନ ଇ. ମୁନା ଦୋରା ଥାନାରେ ଏତଲା ଦେଇଥିଲେ।ଏତଲା ଭିତ୍ତିରେ ପୋଲିସର ତଦନ୍ତ ସମୟରେ ଗୋଟିଏ ସେଟ ବ୍ୟାଟେରୀ, ବିଦ୍ୟୁତ ତାର ଏବଂ ଗୋଟିଏ ବୈଦୁତିକ ବୋର୍ଡ ଘଟଣା ସ୍ଥଳରୁ ଜବତ କରିଥିବା ବେଳେ ବୁଧବାର ଅଭିଯୁକ୍ତ ଙ୍କୁ ଗିରଫ କରିବାରେ ମଧ୍ୟ ସକ୍ଷମ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?