ଉପରେ ଶୁଖିଲା ଲଙ୍କା, ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ସୋନପୁର,୩୦ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ଓ ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ଗଞ୍ଜେଇ ଚୋରାଚାଲାଣ ରୋକିବାକୁ ଉଲୁଣ୍ଡା ଥାନା ଏସ୍‌. ପତ୍ରାପାଲି ଓ ବୀରମହାରାଜପୁର ଥାନା ରକ୍ସା ଛକଠାରେ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ୨ ପୃଥକ୍‌ ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି। ଉଭୟ ଘଟଣାରେ ୫ କୁଇଣ୍ଟାଲ ଗଞ୍ଜେଇ ସହ ଗୋଟିଏ ପିକ୍‌ଅପ୍‌ ଭ୍ୟାନ୍‌ ଓ ଗୋଟିଏ କାର ଜବତ ହୋଇଛି। ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ଜବତ ଗଞ୍ଜେଇର ବଜାର ମୂଲ୍ୟ ପ୍ରାୟ ୫ କୋଟି ଟଙ୍କା ହେବ ବୋଲି ଅବକାରୀ ଅଧୀକ୍ଷକ ପ୍ରବୀର କୁମାର ସାମଲ କହିଛନ୍ତି।
ଉଲୁଣ୍ଡାପଟୁ ଆସୁଥିବା ଏକ ଧଳାରଙ୍ଗର ନମ୍ବରବିହୀନ ପିକ୍‌ଅପ୍‌ ଭ୍ୟାନ୍‌କୁ ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ୍‌ ପକ୍ଷରୁ ସନ୍ଦେହରେ ଏସ୍‌. ପତ୍ରାପାଲି ଛକଠାରେ ଅଟକ ରଖି ତନଖି କରାଯାଇଥିଲା। ଭ୍ୟାନ୍‌ ଡାଲା ଉପରେ ୧୨ରୁ ୧୫ ବସ୍ତା ଶୁଖିଲା ଲଙ୍କା ଥିଲା। ତେବେ ଭିତରୁ ୨୦ ବସ୍ତା ଗଞ୍ଜେଇ ଠାବ ହୋଇଥିଲା। ଓଜନ ପରେ ଭ୍ୟାନ୍‌ ସହ ୪ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଥିଲା। ଏହି ଘଟଣାରେ ସୁବଳୟା ଥାନା କାଶଲପୁର ଅଞ୍ଚଳର ଚକ୍ରପାଣି ପାତ୍ର(୪୮) ଓ ଉଲୁଣ୍ଡା ଥାନା ଗୁଜା ଅଞ୍ଚଳର ଅଜିତ କର୍ମୀ(୨୧)ଙ୍କୁ ଗିରଫ କରାଯାଇଛି। ଏ ସମ୍ପର୍କରେ ଅବକାରୀ ବିଭାଗର ସୁବର୍ଣ୍ଣପୁର ଜିଲା ମୋବାଇଲ ୟୁନିଟ୍‌ ପକ୍ଷରୁ ଏନ୍‌ଡିପିଏସ୍‌ ଆକ୍ଟ ଅନୁଯାୟୀ ନଂ.୧୩୩/୨୬ରେ ମାମଲା ରୁଜୁ ହୋଇଛି। ପ୍ରାରମ୍ଭିକ ତଦନ୍ତରୁ ଉକ୍ତ ଗଞ୍ଜେଇ ବୌଦ୍ଧ ଜିଲାରୁ ବୀରମହାରାଜପୁର ରାସ୍ତା ଦେଇ ସମ୍ବଲପୁରକୁ ଚାଲାଣ କରାଯାଉଥିଲା। ସେହିପରି ବୀରମହାରାଜପୁର ଅବକାରୀ ଥାନା ପକ୍ଷରୁ ରକ୍ସା ଛକଠାରେ ବୀରମହାରାଜପୁରପଟୁ ଆସୁଥିବା ଧଳାରଙ୍ଗର ନମ୍ବରବିହୀନ ଏକ କାର୍‌କୁ ତନଖି କରାଯାଇଥିଲା। କାର ଭିତରୁ ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ସୁବଳୟା ଥାନା ପିତାମହୁଲ ଗ୍ରାମ ବର୍ଡାକଟାର ସଞ୍ଜୀବ ଭୁକ୍ତା(୨୭) ଓ ପିତାମହୁଲ ଗ୍ରାମର ସୁଦୀପ କର୍ମୀ(୧୯)ଙ୍କୁ ଗିରଫ ହୋଇଛନ୍ତି। ଏ ସମ୍ପର୍କରେ ବୀରମହାରାଜପୁର ଅବକାରୀ ଥାନାରେ ନଂ.୭୬/୨୬ରେ ଏନ୍‌ଡିପିଏସ୍‌ ଆକ୍ଟରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି। ଅବକାରୀ ଜିଲା ମୋବାଇଲ ୟୁନିଟ୍‌ର ଗୋବିନ୍ଦ ନାଏକ, ଏସ୍‌ଆଇ ଶାନ୍ତନୁ କୁମାର ପଟ୍ଟନାୟକ, ବୀରମହାରାଜପୁର ଅବକାରୀ ଥାନା ଓଆଇସି ରାମଚନ୍ଦ୍ର ପଟ୍ଟନାୟକ, ଏଏସ୍‌ଆଇ ଦେବେନ୍ଦ୍ର ବରିହା, କନ୍‌ଷ୍ଟେବଲ ନମିତା ବାଦି, ଭାଗ୍ୟବାନ୍‌ କୁମ୍ଭାର, ଆକାଶ ସାହୁ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?