ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି ଘଟଣା: ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ) : ଗତ ୨୦୨୪ ନଭେମ୍ବର ୧୦ ତାରିଖ ମଧ୍ୟ ରାତ୍ରୀରେ କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବୋଦାପଳସା ଗ୍ରାମର ଆରାଧ୍ୟ ଶ୍ରୀଚନ୍ଦ୍ରଶେଖର ମହେଶ ମନ୍ଦିରର ମୁଖ୍ୟ ଫାଟକର ତାଲା ଭାଙ୍ଗି ମନ୍ଦିରରୁ ଟଙ୍କା ଚୋରି ଘଟଣା ରେ ପୋଲିସକୁ ସଫଳତା ମିଳିଛି । ହୁଣ୍ଡି ଭାଙ୍ଗି ଚୋରମାନେ ପ୍ରାୟ ୨୫,୦୦୦ ଟଙ୍କା ଚୋରି କରି ନେଇଯାଇଥିଲେ। ଚୋରମାନଙ୍କୁ ସଦର ଥାନା ପୋଲିସ ଧରିବାରେ ସକ୍ଷମ ହୋଇଛି । ଏହି ବାବଦରେ ସଦର ଥାନା ପୋଲିସ କେସ ନମ୍ବର ୫୮୧/୨୦୨୪ ମାମଲା ରୁଜୁ ହୋଇ ତଦନ୍ତ କରି ଚୋରମାନଙ୍କୁ ଧରିବା ଜାରି ରଖିଥିଲେ।

ଗିରଫ ଚୋରମାନେ ହେଲେ ସଦର ଥାନା କେମ୍ପସଡା ଗ୍ରାମର ମଙ୍ଗଳୁ ମହନ୍ତ, ସୁନା ଓରଫ କୁନା ଓରଫ ସୁନାରାମ ମୁଣ୍ଡା, ଉପର କାଠ କରଞ୍ଜିଆ ଗ୍ରାମର ଟୁକୁ ଓରଫ ରବି ଓରଫ ରବୀନ୍ଦ୍ର ମୁଣ୍ଡା ଓ ଠୁଙ୍ଗୁ ଓରଫ ସୁରେଶ ମୁଣ୍ଡା ବୋଲି ପୋଲିସ ସୂଚନା ଦେଇଛି । ସଦର ପୋଲିସର ତଦନ୍ତ ସୂତ୍ରରୁ ଜଣାପଡ଼ିଛି ଯେ, ଉପରୋକ୍ତ ଆସାମୀ ମାନେ ସଦର ଓ ଟାଉନ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନ ରେ ବିଭିନ୍ନ ସମୟରେ ବିଭିନ୍ନ ମନ୍ଦିର, ମାଲିକ ନଥିବା ସମୟରେ ଦୋକାନ ଓ ବାସଗୃହ ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି କରିଥିବାର ସନ୍ଧାନ ପାଇଛି । ସେମାନେ ସଦର ଥନାର ବିଭିନ୍ନ କେସ୍‌ରେ ସମ୍ପୃକ୍ତ ଥିବାର ପୋଲିସ ପାଖରେ ପ୍ରମାଣ ମିଳିଛି। ଉପାରୋକ୍ତ ଦୃର୍ବୁତ୍ତମାନେ ଦିନ ବେଳେ ବିଭିନ୍ନ ଜାଗାରେ ବୁଲି ବୁଲି ଖବର ସଂଗ୍ରହ କରନ୍ତି ଓ ରାତ୍ରୀ ସମୟ କିମା ନିଛାଟିଆର ସୁଯୋଗ ନେଇ ଘର, ମନ୍ଦିର ଓ ଦୋକାନରୁ ଚୋରି କରନ୍ତି ବୋଲି ଥାନା ଅଧିକାରୀ ଅମିତ କୁମାର ଭୂୟାଁ ଜଣାଇଛନ୍ତି। ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri