ଯୁବତୀ ଚାଲାଣ ଅଭିଯୋଗରେ ପୁଅକୁ ବାନ୍ଧିନେଲା ପୋଲିସ, ଅଟକାଇବାକୁ ଯାଇ ମା’ ଗୁରୁତର

କୁତ୍ରା,୨୧।୭(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ଏଲଗା(କଣ୍ଟାଝାର)ଗ୍ରାମର ଜଣେ ଯୁବକଙ୍କୁ ଯୁବତୀ ଚାଲାଣ ଅଭିଯୋଗରେ ସିମଡେଗା ପୋଲିସ ବୁଧବାର ସକାଳୁ ଗିରଫ କରିଛି।
ସୂଚନାଯୋଗ୍ୟ, କଣ୍ଟାଝାର ଗ୍ରାମର ଲାଲମୋନ ନାଏକଙ୍କ ବଡ଼ ପୁଅ ସଞ୍ଜୁ ନାଏକ(୩୧) ଦିଲ୍ଲୀରେ ଏକ ଘରୋଇ କମ୍ପାନୀରେ ସୁପରଭାଇଜର ଭାବେ କାମ କରୁଥିଲେ। ନିଜ ଅଞ୍ଚଳରୁ ଝିଅଙ୍କୁ କାମ ଦେବା ନେଇ ସେ ବାହାରକୁ ଚାଲାଣ କରୁଥିବା ଅଭିଯୋଗ ହୋଇଥିଲା। କରୋନା ଯୋଗୁ ସେ କିଛି ମାସ ହେଲାଣି ଘରକୁ ଆସିଥିଲେ। ସୂଚନାପାଇ ସିମ୍‌ଡେଗା ପୋଲିସ ବୁଧବାର ଭୋର ସକାଳ ୪ ଟାରେ ତାଙ୍କ ଘରେ ଚଢାଉ କରି ଉକ୍ତ ଯୁବକକୁ ଗିରଫ କରିଛି। ତେବେ ଉକ୍ତ ଯୁବକଙ୍କୁ ଗିରଫ କରି ନେଉଥିବା ସମୟରେ ତାଙ୍କ ଘର ଲୋକ ଓ ପୋଲିସ ମଧ୍ୟରେ ପାଟି ତୁଣ୍ଡ ହୋଇଥିଲା ଏବଂ ଗାଁ ଲୋକ ମାନେ ପୋଲିସ ଉପରକୁ ପଥର ଫେପାଡ଼ି ଥିଲେ। ତାଙ୍କ ମା’ ଜୋର ଜବରଦସ୍ତ କରି ପୋଲିସ ଗାଡିକୁ ଅଟକାଇବାକୁ ଚେଷ୍ଟା କରି ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ କୁତ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇ ଅଧିକ ଚିକିତ୍ସା ପାଇଁ ରାଉରକେଲାକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri