ମା’ଙ୍କୁ ରଖିବାକୁ ନେଇ ମତଭେଦ; ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ କରି ଘାଇଲା କଲେ ବଡ଼ଭାଇ

ହିଞ୍ଜିଳିକାଟୁ, ୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗାଁରେ ମା’ଙ୍କୁ ପାଳନ ପୋଷଣ ନିମନ୍ତେ ମତଭେଦକୁ ନେଇ ମଙ୍ଗଳବାର ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ ଅଭିଯୋଗରେ ପୋଲିସ ବଡ଼ଭାଇଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ସୀମାଞ୍ଚଳ ରାଉତ।

ଶିକିରି ଗ୍ରାମର ୨ ଭାଇ ସୀମାଞ୍ଚଳ ଓ ନିଳାଞ୍ଚଳ ଅଲଗା ରହୁଛନ୍ତି। ମା’ଙ୍କୁ ପ୍ରତ୍ୟେକ ୧ ମାସ ଲେଖାଏ ଘରେ ରଖୁଥିଲେ। ମା’ଙ୍କୁ ରଖିବାକୁ ନେଇ ମଙ୍ଗଳବାର ୨ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଉତ୍ତ୍ୟକ୍ତ ହୋଇ ସୀମାଞ୍ଚଳ ଏକ ବ୍ଲେଡରେ ନିିଳାଞ୍ଚଳଙ୍କୁ ଆକ୍ରମଣ କରିଥିଲେ। ଆହତ ନୀଳାଚଳଙ୍କୁ ପରିବାର ଓ ପଡ଼ୋଶୀ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅଭିଯୋଗ କ୍ରମେ ପୋଲିସ ନଂ ୮୮୭/୨୪ରେ ମାମଲା ରୁଜୁ କରି ଅଭିଯୁକ୍ତ ସୀମାଞ୍ଚଳଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri