ମା’ଙ୍କୁ ରଖିବାକୁ ନେଇ ମତଭେଦ; ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ କରି ଘାଇଲା କଲେ ବଡ଼ଭାଇ

ହିଞ୍ଜିଳିକାଟୁ, ୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗାଁରେ ମା’ଙ୍କୁ ପାଳନ ପୋଷଣ ନିମନ୍ତେ ମତଭେଦକୁ ନେଇ ମଙ୍ଗଳବାର ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ସାନଭାଇଙ୍କୁ ବ୍ଲେଡରେ ଆକ୍ରମଣ ଅଭିଯୋଗରେ ପୋଲିସ ବଡ଼ଭାଇଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ସୀମାଞ୍ଚଳ ରାଉତ।

ଶିକିରି ଗ୍ରାମର ୨ ଭାଇ ସୀମାଞ୍ଚଳ ଓ ନିଳାଞ୍ଚଳ ଅଲଗା ରହୁଛନ୍ତି। ମା’ଙ୍କୁ ପ୍ରତ୍ୟେକ ୧ ମାସ ଲେଖାଏ ଘରେ ରଖୁଥିଲେ। ମା’ଙ୍କୁ ରଖିବାକୁ ନେଇ ମଙ୍ଗଳବାର ୨ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଉତ୍ତ୍ୟକ୍ତ ହୋଇ ସୀମାଞ୍ଚଳ ଏକ ବ୍ଲେଡରେ ନିିଳାଞ୍ଚଳଙ୍କୁ ଆକ୍ରମଣ କରିଥିଲେ। ଆହତ ନୀଳାଚଳଙ୍କୁ ପରିବାର ଓ ପଡ଼ୋଶୀ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅଭିଯୋଗ କ୍ରମେ ପୋଲିସ ନଂ ୮୮୭/୨୪ରେ ମାମଲା ରୁଜୁ କରି ଅଭିଯୁକ୍ତ ସୀମାଞ୍ଚଳଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?