ଧାନଫସଲରେ ମାଟି ପୋତିବା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ 

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚାଷ ହୋଇଥିବା ଧାନଫସଲ ଉପରେ ମାଟି ପୋତିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ, ବରଗଡ଼ର ତଫିକ ଖାନ । ବରଗଡ଼ ଟାଉନ ଥାନା ପୋଲିସ ତାଙ୍କ ବିରୋଧରେ କେସ ନମ୍ବର ୬୨୭/୨୪ରେ ଏକ ମାମଲା ରୁଜୁ କରିଛି। ତେବେ ପୋଲିସ ଗିରଫ କରିବା ପରେ ଅଭିଯୁକ୍ତ ଅସୁସ୍ଥ ହୋଇ ପଡିଛନ୍ତି l ବରଗଡ଼ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସର ଗିରଫଦାରୀ ପରେ ଅଭିଯୁକ୍ତଙ୍କ ଏଭଳି ଅସୁସ୍ଥତା ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶ ଥାଉକି, ଜମି ବିବାଦକୁ ନେଇ ସୋମବାର ରାତାରାତି ଖେଦାପାଲି ଗ୍ରାମରେ ରହିଥିବା ଚାଷଜମିର ଧାନଫସଲ ଉପରେ ମାଟି ପୋତି ଦେଇଥିଲେ l ଏହାକୁ ନେଇ ମଙ୍ଗଳବାର ପ୍ରଭାବିତ ଚାଷୀ ପରିବାର ଏବଂ ଗ୍ରାମବାସୀ ବରଗଡ଼–ଭଟଲି ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବ୍ୟାପକ ଯାନବାହନ ଅଟକି ରହିଥିଲା । ଘଟଣାସ୍ଥଳରେ ପୋଲିସ ଏବଂ ବିଭାଗୀୟ ଅଧିକାରୀ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ସହିତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହା ପରେ ଆନ୍ଦୋଳନ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri