ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ

କୁଜଙ୍ଗ, ୧୨ା୪ (ଡି.ଏନ୍‌.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳରେ ଅଭୟଚାନ୍ଦପୁର ଥାନା କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଜଡ଼ିତ ଥିଲେ। ସେ ହେଲେ ଏହି ଅଞ୍ଚଳର ନୂତନ ଦାସ।
ଗତ ଡିସେମ୍ବର ୩ ତାରିଖ ରାତିରେ ଗୋବିନ୍ଦପୁରସ୍ଥିତ ପ୍ରଭାତ ରାଉତଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା। ୪ ତାରିଖରେ ପୋଲିସ ଘଟଣାର ତଦନ୍ତ କରିବାକୁ ଢିଙ୍କିଆ ଗ୍ରାମକୁ ଆସିଥିଲା। ଏହି ସମୟରେ ପୋଲିସ କର୍ମଚାରୀଙ୍କ ଉପରେ କେତେଜଣ ଗ୍ରାମବାସୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ଉକ୍ତ ଆକ୍ରମଣରେ ନୂତନ ମଧ୍ୟ ସାମିଲ ଥିଲେ। ପୋଲିସ ଏହି ମାମଲାରେ ପୂର୍ବରୁ ୫ ଜଣଙ୍କୁ ଗିରଫ କରିଥିବାବେଳେ ନୂତନ ଚକମା ଦେଇ ବୁଲୁଥିଲେ। ରବିବାର ଅପରାହ୍ନରେ ନୂତନ ଢିଙ୍କିଆ ଗ୍ରାମର ଏକ ବିଲରେ ଲୁଚିଥିବା ନେଇ ପୋଲିସକୁ କୌଣସି ସୂତ୍ରରୁ ସୂଚନା ମିଳିଥିଲା। ତାଙ୍କୁ ଧରିବା ପାଇଁ ଥାନାର କେତେଜଣ ପୋଲିସ କର୍ମଚାରୀ ସାଦା ପୋଷାକରେ ଦା’ ଏବଂ ଅଖା ଧରି ଘାସ କଟାଳି ସାଜି ବିଲକୁ ଯାଇଥିଲେ। ନୂତନ ସେମାନଙ୍କୁ ଚିହ୍ନି ନ ପାରି ପଦାକୁ ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଗିରଫ କରିଥିଲା। ସୋମବାର ନୂତନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri