ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ

କୁଜଙ୍ଗ, ୧୨ା୪ (ଡି.ଏନ୍‌.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍‌ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳରେ ଅଭୟଚାନ୍ଦପୁର ଥାନା କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଜଡ଼ିତ ଥିଲେ। ସେ ହେଲେ ଏହି ଅଞ୍ଚଳର ନୂତନ ଦାସ।
ଗତ ଡିସେମ୍ବର ୩ ତାରିଖ ରାତିରେ ଗୋବିନ୍ଦପୁରସ୍ଥିତ ପ୍ରଭାତ ରାଉତଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା। ୪ ତାରିଖରେ ପୋଲିସ ଘଟଣାର ତଦନ୍ତ କରିବାକୁ ଢିଙ୍କିଆ ଗ୍ରାମକୁ ଆସିଥିଲା। ଏହି ସମୟରେ ପୋଲିସ କର୍ମଚାରୀଙ୍କ ଉପରେ କେତେଜଣ ଗ୍ରାମବାସୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ଉକ୍ତ ଆକ୍ରମଣରେ ନୂତନ ମଧ୍ୟ ସାମିଲ ଥିଲେ। ପୋଲିସ ଏହି ମାମଲାରେ ପୂର୍ବରୁ ୫ ଜଣଙ୍କୁ ଗିରଫ କରିଥିବାବେଳେ ନୂତନ ଚକମା ଦେଇ ବୁଲୁଥିଲେ। ରବିବାର ଅପରାହ୍ନରେ ନୂତନ ଢିଙ୍କିଆ ଗ୍ରାମର ଏକ ବିଲରେ ଲୁଚିଥିବା ନେଇ ପୋଲିସକୁ କୌଣସି ସୂତ୍ରରୁ ସୂଚନା ମିଳିଥିଲା। ତାଙ୍କୁ ଧରିବା ପାଇଁ ଥାନାର କେତେଜଣ ପୋଲିସ କର୍ମଚାରୀ ସାଦା ପୋଷାକରେ ଦା’ ଏବଂ ଅଖା ଧରି ଘାସ କଟାଳି ସାଜି ବିଲକୁ ଯାଇଥିଲେ। ନୂତନ ସେମାନଙ୍କୁ ଚିହ୍ନି ନ ପାରି ପଦାକୁ ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଗିରଫ କରିଥିଲା। ସୋମବାର ନୂତନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ଥାନା ଅଧିକାରୀ ଜୀବନାନନ୍ଦ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri